ଟାଇମ୍ସ ବିଜିନେସ୍ ଆୱାର୍ଡ ବିହାରରେ ସୋଆ ଏବଂ ଆଇଟିିଇଆର ସମ୍ମାନିତ

ଭୁବନେଶ୍ୱର,08।09: ଗବେଷଣା କ୍ଷେତ୍ରରେ ଉତ୍କର୍ଷ ଏବଂ ଶିଳ୍ପ କ୍ଷେତ୍ର ନିମନ୍ତେ ପ୍ରସ୍ତୁତିକୁ ନେଇ‘ପୂର୍ବ ଭାରତର ପ୍ରମୁଖ ବିଶ୍ୱବିଦ୍ୟାଳୟ’ ଭାବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ନିକଟରେ ପାଟନା ଠାରେ ଆୟୋଜିତ ଟାଇମ୍ସ ବିଜିନେସ୍ ଆୱାର୍ଡ୍ସ ୨୦୨୫ କାର୍ଯ୍ୟକ୍ରମରେ ସମ୍ମାନିତ କରାଯାଇଛି। ସୋଆକୁ ‘ଇଷ୍ଣର୍ଣ୍ଣ ଇଣ୍ଡିଆଜ୍ ପ୍ରିମିୟର ୟୁନିଭର୍ସିଟି ଫର ରିସର୍ଚ୍ଚ ଏକ୍ସିଲେନ୍ସ ଆଣ୍ଡ ଇଣ୍ଡଷ୍ଟ୍ରୀ ରେଡିନେସ୍‌’ ଭାବେ ସମ୍ମାନିତ କରାଯାଇଥିଲା। ଉଦ୍‌ଭାବନ, ଶୈକ୍ଷିକ ଉତ୍କର୍ଷତା ଏବଂ ଶିଳ୍ପ ଭିତିକ ଶିକ୍ଷାକୁ ନେଇ ସୋଆର କାର୍ଯ୍ୟଧାରା ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଛି ବୋଲି ଟାଇମ୍ସ ବିଜିନେସ୍ ଆୱାର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଏଥି ସହିତ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)କୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ପୂର୍ବ ଭାରତର ୧ ନମ୍ବର ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ଭାବେ ସମ୍ମାନିତ କରାଯାଇଛି। ଯୁବପିଢ଼ିଙ୍କ ଦକ୍ଷତାକୁ ପ୍ରତିପାଦିତ କରିବା, ଗବେଷଣାକୁ ଗୁରୁତ୍ୱ ଦେବା ସହ ଶିଳ୍ପ କ୍ଷେତ୍ର ନିମନ୍ତେ ଇଞ୍ଜିନିୟରମାନଙ୍କୁ ପ୍ରସ୍ତୁତ କରୁଥିବା ବେଳେ ଜାତୀୟ ଏବଂ ଆନ୍ତର୍ଜାତିକ ସ୍ତରରେ ଆଇଟିଇଆରର ଛାତ୍ରଛାତ୍ରୀମାନେ ନିଜର ଦକ୍ଷତା ପ୍ରତିପାଦନ କରିପାରିଥିବା ପରିପ୍ରେକ୍ଷୀରେ ଏହି ସମ୍ମାନ ପ୍ରଦାନ କରାଯାଇଛି। ସୋଆ ପକ୍ଷରୁ ଉପକୁଳପତି ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର ବଲିଉଡ୍ ଅଭିନେତା ସୁନୀଲ ସେଟ୍ଟୀଙ୍କ ଠାରୁ ଏହି ଦୁଇଟି ସମ୍ମାନ ଗ୍ରହଣ କରିଥିଲେ।

Related Posts

ସନ୍ଥ ଗୁରୁ ଶ୍ରୀ ରବିଦାସ ମହାରାଜଙ୍କ ଜୀବନ, ଦର୍ଶନ ବ୍ୟାପକ ଭାବେ ପ୍ରଚାର କରାଯିବ: ମନମୋହନ

ଭୁବନେଶ୍ୱର,: ତ୍ରୟୋଦଶ – ଚତୁର୍ଦ୍ଦଶ ଶତାଦ୍ଦୀ ବେଳକୁ ବାହ୍ୟ ଶତୃଙ୍କ ଆକ୍ରମଣ ଏବଂ ଧର୍ମାନ୍ତୀରଣ ପ୍ରକ୍ରିୟା କାରଣରୁ ସାମାଜିକ ବୈଷମ୍ୟ ଓ ଜାତିଭେଦର ଅସ୍ପୃଶ୍ୟତା ପ୍ରମୁଖ ଶିଖରରେ ପହଁଚିଥିଲା । ସାମଗ୍ରିକ ଭାବେ ସତାନତ ଧର୍ମ ମଧ୍ୟ ବହୁ ଆହ୍ୱାନର ସମ୍ମୁଖୀନ…

Continue reading
‘ଓଡ଼ିଶା ଫୁଡ୍ ପ୍ରୋ 2026:ମୋଟ ୬୬,୩୯୨ କୋଟି ଟଙ୍କାର ପୁଞ୍ଜିନିବେଶ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ କ୍ଷେତ୍ରର ଶିଳ୍ପ ପ୍ରତିନିଧିମାନଙ୍କ ସହିତ ନିବେଶ ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା ଉତ୍ପାଦନ, ବୟନଶିଳ୍ପ, ଇଞ୍ଜିନିୟରିଂ ଏବଂ ଆଲୁମିନିୟମ କ୍ଷେତ୍ରରେ ବିପୁଳ ସୁଯୋଗ ‘ଓଡ଼ିଶା ଫୁଡ୍ ପ୍ରୋ 2026’ ରୋଡ୍‌ସୋ ସହିତ ୪୬ଟି ଉଚ୍ଚସ୍ତରୀୟ ବୈଠକ, ମୋଟ ୨୦୮ଟି…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ