ଟ୍ରଲି ବ୍ୟାଗରେ ଗଞ୍ଜେଇ ଚାଲାଣ, ୬ ଯୁବତୀ ଅଟକ

ଟିଟିଲାଗଡ଼: ଟ୍ରଲି ବ୍ୟାଗରେ ଗଞ୍ଜେଇ ଚାଲାଣ କରି ୬ ଯୁବତୀ ଅଟକ । ଟିଟିଲାଗଡ଼ ରେଲୱେ ଷ୍ଟେସନରେ ଜିଆରପି ପୁଲିସକୁ ବଡ଼ ସଫଳତା । ପେଟ୍ରୋଲିଙ୍ଗ କରୁଥିବାବେଳେ ୬ ଜଣ ଯୁବତୀ ସମତା ଏକ୍ସପ୍ରେସ ଟ୍ରେନରେ ତାଙ୍କର ୬ ଟି ଟ୍ରଲି ବ୍ୟାଗକୁ ଦେଖି ଜିଆରପି ପୁଲିସର ସନ୍ଦେହ ବଢ଼ିଥିଲା । ସେମାନଙ୍କୁ ପଚରାଉଚରା କରି ବ୍ୟାଗକୁ ଖୋଲିବାକୁ ପୁଲିସ କହିଥିଲା । ବ୍ୟାଗ ଖୋଲିବା ପରେ ୬ଟି ବ୍ୟାଗରୁ ପ୍ରାୟ ୩୧ କେଜି ୫ ଶହ ଗ୍ରାମ ଗଞ୍ଜେଇ ଜବତ ହୋଇଛି । ୬ ଜଣ ଯୁବତୀ ଟିଟିଲାଗଡ଼ ରେଲୱେ ଷ୍ଟେସନରୁ ଟ୍ରେନ ଯୋଗେ ଦିଲ୍ଲୀକୁ ଗଞ୍ଜେଇ ଚାଲାଣ କରୁଥିବାର ପ୍ରାଥମିକ ତଦନ୍ତରୁ ଜଣାପଡିଛି । ସେମାନଙ୍କ ମଧ୍ୟରୁ ୨ ଜଣ ଦିଲ୍ଲୀର ହୋଇଥିବାବେଳେ ଦୁଇଜଣ ବଲାଙ୍ଗୀର ଜିଲ୍ଲା ସଇଁତଳା ଅଞ୍ଚଳର ଆଉ ବାକି ୨ ଜଣ କଳାହାଣ୍ଡି ଓ ବରଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି ।
ସମସ୍ତ ଯୁବତୀଙ୍କୁ ଜିଆରପି ପୁଲିସ ଅଟକ ରଖି ଅଧିକ ପଚରାଉଚରା କରୁଛି । ଆସନ୍ତା କାଲି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଟିଟିଲାଗଡ଼ ଜିଆରପି ଅଧିକାରୀ ସୂଚନା ଦେଇଛନ୍ତି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ