ଟ୍ୟାଙ୍କରକୁ ପଛରୁ ପିଟିଲା ଆମ ବସ୍, ୧୫ ଯାତ୍ରୀ ଆହତ

ଚୌଦ୍ଵାର : ଟ୍ୟାଙ୍କରକୁ ପଛରୁ ପିଟିଲା ଆମ ବସ୍। ୧୫ ଯାତ୍ରୀ ଆହତ। ଟାଙ୍ଗୀ ଥାନା ଚଟିଳଗଡ଼ା ନିକଟରେ ଆମ ବସ୍ ଦୁର୍ଘଟଣା ଘଟିଛି। ୭ ଗୁରୁତର ଯାତ୍ରୀଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, କଟକରୁ ଟାଙ୍ଗୀ ଅଭିମୁଖେ ଯାଉଥିବା ଏକ ଆମ ବସ୍ ଚଟିଲ ଗଡା ନିକଟରେ ରାସ୍ତାରେ ଠିଆ ହୋଇଥିବା ଏକ ଟ୍ୟାଙ୍କର ପଛରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଟାଙ୍ଗୀ ପୁଲିସ, ଅଗ୍ନିଶମ ବାହିନୀ ଓ ଏନଏଚଆଇ ପକ୍ଷରୁ ଉଦ୍ଧାର କାର୍ୟ୍ୟ କରାଯାଇଛି। ଆହତ ଓ ଗୁରୁତରଙ୍କୁ ଟାଙ୍ଗୀ ଓ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ