ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ ୧୦ଟା ସମୟରେ ଏହି ଘଟଣା ଘଟିବା ପରେ ଗୁରୁତର ଯତିନ୍ଦ୍ରଙ୍କୁ ପ୍ରଥମେ କେନ୍ଦୁଝର ଓ ସେଠାରୁ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ତାଙ୍କ ଘରେ ପଶିଥିବା ୪ ଡକାୟତଙ୍କ ମଧ୍ୟରୁ ଜଣେ ମୁଖା ପିନ୍ଧିଥିବା ବେଳେ ଅନ୍ୟମାନଙ୍କ ମୁହଁ ଖୋଲା ରଖିଥିଲେ। ତାଙ୍କୁ ଘର ଲୋକେ ଚିହ୍ନି ପାରି ନଥିଲେ। ପ୍ରଥମେ ଡକାୟତ ମାନେ ତାଙ୍କ ବାଡିପଟ ଅଣ ଅଶାରିଆ କବାଟ ଖୋଲି ଘରେ ପଶିବା ପରେ ଏହି କାଣ୍ଡ ଘଟାଇଛନ୍ତି। ଗୁଳି ଶବ୍ଦ ଶୁଣି ଲୋକେ ପାଟି କରିବାରୁ ଡକାୟତି କରି ନପାରି ସେମାନେ ଫେରାର ହୋଇଯାଇଛନ୍ତି। ଖବର ପାଇ ଘଟଗାଁ ଏସଡିପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ଘଟଗାଁ ଥାନାଧିକାରୀ ଶୁଭ୍ରାଂଶୁ କୁମାର ଜେନା, ଢେଙ୍କିକୋଟ ବିଟ ଅଧିକାରୀ ତ୍ରିନାଥ ନାଏକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ ମଧ୍ୟ ଡକାୟତଙ୍କ ପତ୍ତା ମିଳିନାହିଁ। ଆଜି ସାଇଣ୍ଟିଫିକ୍ ଟିମ୍ ଗୁଳି ମାଡ ସ୍ଥାନରେ ପହଞ୍ଚି ତଦନ୍ତ କରିଛନ୍ତି। ଗୁଳି ମାଡ ସ୍ଥାନରେ ରକ୍ତ ଛିଟା ପଡ଼ିଛି। ଯତିନ୍ଦ୍ରଙ୍କର କୌଣସି ପୂର୍ବ ଶତ୍ରୁତା ବା କାହା ସହିତ କଳି ଝଗଡ଼ା ନଥିବାରୁ ଏହା ଡକାୟତ ମାନଙ୍କ କାମ ବୋଲି ଅନୁମାନ କରାଯାଉଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ