ଡବଲ ଇଞ୍ଜିନ ସରକାର ଡବଲ ଧୋକା:ପ୍ରମିଳା

ଭୁବନେଶ୍ୱର: ରାଜ୍ୟ ସରକାର ମହିଳାମାନଙ୍କ ସହ ପ୍ରତାରଣା କରିଛନ୍ତି । ରାଜ୍ୟରେ ରନ୍ଧନ ଗ୍ୟାସ ଅଭାବ ପରିଲକ୍ଷିତ ହୋଇଛି, ତୈଳ ଦରଦାମ ବୃଦ୍ଧି ହୋଇଛି । ସାଧାରଣ ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ‘ଡବଲ ଇଞ୍ଜିନ ସରକାର ଡବଲ ଧୋକା’ ଦେଇଛନ୍ତି ବୋଲି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ।
ବିଧାନସଭାରେ LPG ତାତି । ରାଜ୍ୟରେ ରନ୍ଧନ ଗ୍ୟାସ ଅଭାବ ଅଭିଯୋଗ ଆଣି ଡବଲ ଇଞ୍ଜିନ ସରକାରଙ୍କୁ ଘେରିଲେ ବିରୋଧୀ । ଗୃହ ଆରମ୍ଭରୁ ଉଭୟ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଥିବା ବେଳେ ପ୍ରଥମେ ଗୃହକୁ ସାଢ଼େ ଏଗାରଟା ଏବଂ ପରେ 12.10 ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଲାଗି ରହିଥିବା କାରଣରୁ କେବଳ ଓଡ଼ିଶା ନୁହେଁ ସାରା ଦେଶରେ ଗ୍ୟାସ୍ ସଙ୍କଟ ଦେଖିବାକୁ ମିଳିଛି ।
ରାଜ୍ୟରେ ମିଳୁନାହିଁ LPG ଗ୍ୟାସ । ଗ୍ରାହକ ହେଉଛନ୍ତି ହନ୍ତସନ୍ତ । ଡବଲ ଇଞ୍ଜିନ ଡବଲ ଧୋକା’ ଅଭିଯୋଗ ଆଣି ବିଧାନସଭା ଭିତରେ ହୋହଲ୍ଲା ପ୍ରଦର୍ଶନ କରିଛି କଂଗ୍ରେସ । ଦଳର ସଦସ୍ୟମାନେ ଗୃହ ଆରମ୍ଭରୁ ହିଁ ଗ୍ୟାସ ସଙ୍କଟକୁ ନେଇ ପ୍ରତିବାଦ କରିଥିଲେ । କଂଗ୍ରେସ ବିଧାୟକମାନେ ହାତରେ ପ୍ଲାକାର୍ଡ ଧରି ବାଚସ୍ପତିଙ୍କ ପୋଡିୟମ ତଳେ ସରକାରଙ୍କ ବିରୋଧ ନାରାବାଜି କରିଥିଲେ । କଂଗ୍ରେସର ଏହି ପ୍ରଦିବାଦକୁ ସମର୍ଥନ ଜଣାଇଥିଲା ବିଜେଡି । ବିଜୁ ଜନତା ଦଳର ବିଧାୟକମାନେ ନିଜ ନିଜ ସ୍ଥାନରେ ଛିଡା ହୋଇ ପ୍ରତିବାଦ କରିଥିଲେ । ସେପଟେ ବାଚସ୍ପତି ଗୃହକୁ ସ୍ୱାଭାବିକ କରିବାକୁ ଅନୁରୋଧ କରିଥିଲେ ମଧ୍ୟ ସ୍ଥିତି ସ୍ୱାଭାବିକ ନ ହେବାରୁ ବାଧ୍ୟ ହୋଇ ଗୃହକୁ 12.10 ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ