ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ:ଜଣଙ୍କର ମୃତ୍ୟୁ

ଯାଜପୁର: ଭାରସାମ୍ୟ ହରାଇ ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଯାଜପୁର ଜିଲ୍ଲା ଏନଏଚ ୧୬ ଚଣ୍ଡିଖୋଲ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ‌ଆସୁଥିଲା। ଏନଏଚ୍‌ ୧୬ ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ଏକ ଡମ୍ଫର ଛିଡ଼ା ହୋଇଥିଲା। ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଡମ୍ଫରକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଆମ୍ବୁଲାନ୍ସ ଥିବା ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସମ୍ପର୍କୀୟ ୩ ଜଣ ଗୁରୁତର ଆହତ ହୋଇଥିଲେ।ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବଡ଼ ଚଣାଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ