ଡାଇରିଆ : ଆଜି ଯାଜପୁର-କଟକ-ଭଦ୍ରକ ଯିବେ କେନ୍ଦ୍ରୀୟ ଓ ସ୍ୱାସ୍ଥ୍ୟ ବିଭାଗ ଟିମ

ଭୁବନେଶ୍ବର: ଡାଇରିଆକୁ ନେଇ ଫୋକସରେ 3 ଜିଲ୍ଲା । ଆଜି ଯାଜପୁର, କଟକ ଓ ଭଦ୍ରକ ଗସ୍ତ କରିବେ କେନ୍ଦ୍ରୀୟ ଓ ସ୍ୱାସ୍ଥ୍ୟ ବିଭାଗ ଟିମ । ଏହି ଟିମ ସମସ୍ତ ପଦକ୍ଷେପର ସମୀକ୍ଷା ସହ ଯୋଜନା ପ୍ରସ୍ତୁତ କରିବେ । ଡାଇରିଆ ସ୍ଥିତିର ମୁକାବିଲା ନିମନ୍ତେ ସଂପୃକ୍ତ ବିଭାଗ କ୍ଷେତ୍ର ସ୍ତରରେ ସମନ୍ୱିତ ଓ ଏକାଭୀମୁଖୀ ଭାବେ କାର୍ଯ୍ୟ କରିବେ । ଲୋକସେବା ଭବନରେ ଡାଇରିଆ ମୁକାବିଲା ସ୍ଥିତିର ସମୀକ୍ଷା କରି ସେ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ।ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବିଭିନ୍ନ ଜିଲ୍ଲାରେ ଡାଇରିଆ ମୁକାବିଲାର ସ୍ଥିତି ସମୀକ୍ଷା କରିଛନ୍ତି । ଗୃହ ନିର୍ମାଣ ଓ ନଗର ଉନ୍ନୟନ, ସୂଚନା ଓ ଲୋକ ସଂପର୍କ, ସ୍ୱାସ୍ଥ୍ୟ ବିଭାଗ କମିଶନର, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ କମିଶନର, ପୂର୍ତ୍ତ, ଗଣ ଶିକ୍ଷା ବିଭାଗ କମିଶନର, ମିଶନ ଶକ୍ତି ବିଭାଗ କମିଶନରଙ୍କ ସହ ଆଲୋଚନା କରିଛନ୍ତି । ସ୍ଥିତି ସଂପର୍କରେ ପଚାରି ବୁଝିବା ସହ ମୁଖ୍ୟ ଶାସନ ସଚିବ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି । ଗ୍ରାମ୍ୟ ପାନୀୟ ଜଳ ଉତ୍ସଗୁଡ଼ିକର ନିୟମିତ ବିଶୋଧନ କାର୍ଯ୍ୟ ଅନୁଧ୍ୟାନ, ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗର ସଚିବଙ୍କୁ ପରାମର୍ଶ ଦିଆଯାଇଛି । ରାଜ୍ୟ ରାପିଡ ଆକ୍ସନ ଟିମର କ୍ଷେତ୍ର ପରିଦର୍ଶନ ସ୍ଥିତି ଓ ପରାମର୍ଶ କାର୍ଯ୍ୟକାରୀ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ୱତୀ ଏସ କେନ୍ଦ୍ରୀୟ ଟିମ ସହ ଆଲୋଚନା କରିଛନ୍ତି । କେନ୍ଦ୍ରରୁ ଆସିଥିବା ତିନୋଟି ବିଶେଷଜ୍ଞ ଦଳ କ୍ଷେତ୍ର ପରିଦର୍ଶନ ପରେ ସେମାନଙ୍କ ମତାମତ ଓ ପରାମର୍ଶ ଦେଇଛନ୍ତି । ବିଭିନ୍ନ ସ୍ଥାନରେ ଦେଖାଦେଇଥିବା ଡାଇରିଆ ମୁଖ୍ୟତଃ ଦୂଷିତ ଜଳ ଓ ଖାଦ୍ୟରୁ ଆରମ୍ଭ ହୋଇଛି । ତେଣୁ ପ୍ରତି ଜଳ ଉତ୍ସକୁ ନିୟମିତ ଭାବେ ସଠିକ ଭାବେ ବିଶୋଧିତ ଏବଂ ପାଣିକୁ ଫୁଟାଇ ଥଣ୍ଡା କରି ବ୍ୟବହାର କରିବା ନିମନ୍ତେ ଜନସାଧାରଣଙ୍କୁ ପରାମର୍ଶ ଦେବା ପାଇଁ ନିଷ୍ପତ୍ତି ହୋଇଛି । ଅଗଭୀର ନଳକୂପ, ଖୋଲାକୁପ ଆଦିର ଜଳ ଭୂପୃଷ୍ଠ ଜଳ ସଂସ୍ପର୍ଶରେ ଆସୁଥିବାରୁ ଏହା ଦୂଷିତ ହେବାର ଆଶଙ୍କା ରହିଛି । ତେଣୁ ଏସବୁ ଜଳକୁ ଫୁଟାଇ ବା ହାଲୋଜେନ ଟ୍ୟାବଲେଟ ପକାଇ ବ୍ୟବହାର କରିବା ପାଇଁ ପରାମର୍ଶ ଦିଆଯାଇଛି ।ଖାଦ୍ୟ ନିରାପତ୍ତା ବିଭାଗ ଦ୍ୱାରା ଗତକାଲି 25ଟି ଜଳ ନମୁନା ଓ 20ଟି ସ୍ଥାନରୁ ଖାଦ୍ୟ ନମୁନା ସଂଗ୍ରହ କରି ପରୀକ୍ଷା କରାଯାଇଛି । 35ଟି ହୋଟେଲ, ଢାବା ଓ ୱାଟର ବଟଲିଂ ପ୍ଲାଣ୍ଟ ଆଦିରେ ଚଢ଼ାଉ କରାଯାଇଛି । ଏହା ମଧ୍ୟରେ ସମଗ୍ର ରାଜ୍ୟରେ ପାନୀୟ ଜଳ ବିଶୋଧନ ପାଇଁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି । କଟକ, ସୁବର୍ଣ୍ଣପୁର, କେଉଁଝର, ଜଗତସିଂହପୁର, ଝାରସୁଗୁଡ଼ା, ରାୟଗଡ଼ା, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର ଓ ଭୁବନେଶ୍ୱରରେ ପାନୀୟ ଜଳ ବିଭାଜନଗୁଡ଼ିକ ପକ୍ଷରୁ ବିଶୋଧନ ପାଇଁ ପଦକ୍ଷେପ ନିଆଯାଇଛି । ପାନୀୟ ଜଳ ସ୍ରୋତଗୁଡ଼ିକ ବିଶୋଧନ କରାଯାଇଛି । ଏହା ସହ ରାଜ୍ୟର ଅନ୍ୟ ସମସ୍ତ ପାନୀୟ ଜଳ ବିଭାଜନରେ ପାନୀୟ ଜଳ ସ୍ରୋତଗୁଡ଼ିକର ବିଶୋଧନ ପାଇଁ ପ୍ରକ୍ରିୟା ଜାରି ରହିଛି ।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ