ଡାକ୍ତରୀ ବୃତ୍ତିରେ କଳଙ୍କ: ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର

ଜଗନ୍ନାଥପ୍ରସାଦ: ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏପରି ଲଜ୍ଜାଜନକ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ ଦେଖିବାକୁ ମିଳିଛି। ଚିକିତ୍ସା କରାଇବା ବାହାନାରେ ଜଣେ ନାବାଳିକାଙ୍କୁ ବେଆଇନ କ୍ଲିନିକରେ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ମା’ଙ୍କ ଏତଲା କ୍ରମେ ସ୍ଥାନୀୟ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତ ଆୟୁଷ ଡାକ୍ତର ସମୀର ପ୍ରଧାନଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ଅନୁଯାୟୀ, ନାବାଳିକାଙ୍କ ମା’ ତାଙ୍କ ଝିଅର ଚିକିତ୍ସା ପାଇଁ ଜଗନ୍ନାଥପ୍ରସାଦ ସ୍ଥିତ ଏହି ବେସରକାରୀ କ୍ଲିନିକକୁ ରବିବାର ସନ୍ଧ୍ୟାରେ ଆଣିଥିଲେ। କ୍ଲିନିକରେ ଉପସ୍ଥିତ ଥିବା ଆୟୁଷ ଡାକ୍ତର ସମୀର ପ୍ରଧାନ ସ୍ବାସ୍ଥ୍ୟ ଯାଞ୍ଚ କରିବା ଆଳରେ ନାବାଳିକାଙ୍କୁ ଏକ ବନ୍ଦ କୋଠରିକୁ ନେଇଯାଇଥିଲେ। କିଛି ସମୟ ପରେ ନାବାଳିକା ଜଣକ କାନ୍ଦି କାନ୍ଦି କୋଠରି ବାହାରକୁ ଆସିଥିଲେ। ଝିଅକୁ କାନ୍ଦୁଥିବାର ଦେଖି ମା’ ପଚାରିବାରୁ, ସେଠାରେ ତାଙ୍କ ସହ ବଳାତ୍କାର ହୋଇଥିବା ନେଇ ସେ ସମସ୍ତ ବିଷୟ ପ୍ରକାଶ କରିଥିଲେ। ଏହି ଘଟଣଶ ସମ୍ପର୍କରେ ଜାଣିବା ପରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ତୁରନ୍ତ ଜଗନ୍ନାଥପ୍ରସାଦ ଥାନାରେ ଏକ ଲିଖିତ ଏତଲା ଦିଆଯାଇଥିଲା। ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ପୋଲିସ ତୁରନ୍ତ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ଆୟୁଷ ଡାକ୍ତର ସମୀର ପ୍ରଧାନଙ୍କୁ ଗିରଫ କରିଛି। ଆଜି ପୋଲିସ ପକ୍ଷରୁ ନାବାଳିକାଙ୍କର ଡାକ୍ତରୀ ମାଇନା କରାଯିବା ସହ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ