ଡିସଚାର୍ଜ ହେଲେ ବୁଦ୍ଧାଦିତ୍ୟ

କଟକ,23/09: ୮ ଦିନ ପରେ ସୁସ୍ଥ ହୋଇ ମଙ୍ଗଳବାର ଘରକୁ ଫେରିଛନ୍ତି ଓଲିଉଡ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି। ଫୁସଫୁସ ଏବଂ ଛାତିରେ ସାମାନ୍ୟ ସଂକ୍ରମଣ ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଘରେ ରହି ନିୟମିତ ଔଷଧ ସେବନ ସହିତ ବିଶ୍ରାମ ନେଲେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯିବେ ବୋଲି ଡାକ୍ତର କହିଛନ୍ତି। ଏହା ସହିତ କମ କଥା ହେବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି। ଗତ ଆଠ ଦିନ ତଳେ ଘରେ ଥିବା ସମୟରେ ଶରୀରରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ବୁଦ୍ଧାଦିତ୍ୟଙ୍କୁ କଟକର ଏକ ଗରୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆଜି ଘରକୁ ଫେରିବା ସମୟରେ ତାଙ୍କର ଚିକିତ୍ସା କରିଥିବା ଡାକ୍ତର ଏବଂ ସେବିକାମାନଙ୍କ ସହିତ ପ୍ରଶଂସକମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

  • Related Posts

    ୪.୪ ତୀବ୍ର ଭୂକମ୍ପ,ଥରିଲା କୋରାପୁଟ

    କୋରାପୁଟ,୦୫/୦୪/୨୦୨୬: କୋରାପୁଟ ଜିଲ୍ଲାରେ ଗତ ଶନିବାର ରାତି ୧୧.୩୧ ଘଣ୍ଟା ସମୟରେ ୪.୪ ତୀବ୍ରତାରେ ଏକ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏହାର ପ୍ରଭାବରେ କୋରାପୁଟ, ସୁନାବେଢ଼ା, ସେମିଳିଗୁଡା, ପଟାଙ୍ଗି, ନନ୍ଦପୁର, ଦାମନଜୋଡି, ଲମତାପୁଟ , ଜୟପୁର , ବୈପାରୀଗୁଡା…

    Continue reading
    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ