ତଦନ୍ତ ପରେ କାର୍ୟ୍ୟାନୁଷ୍ଠାନ: ଆଇନମନ୍ତ୍ରୀ

ଭୁବନେଶ୍ୱର: କିଟ୍‌ରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଘଟଣାର ତଦନ୍ତ ଆରମ୍ଭ ହୋଇଛି, ପୁଲିସ ଯାହା କରିବା କଥା କରୁଛି । ବିଭାଗ ମଧ୍ୟ ପଦକ୍ଷେପ ନେବା ଆରମ୍ଭ କରିଛି । ପ୍ରାଥମିକ ତଦନ୍ତ ପରେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ସେପଟେ ଏହି ଘଟଣାରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଏଭଳି ଘଟଣା ଶୁଭଙ୍କର ନୁହେଁ । ଆତ୍ମହତ୍ୟା ଆଡକୁ ଯାଉଛନ୍ତି ଯୁବପୀଢି, ଯାହା କି ଚିନ୍ତାର ବିଷୟ ହୋଇଛି । କିଟ୍ ଘଟଣାକୁ ନେଇ ରାଜ୍ୟ ଅନୁଧ୍ୟାନ କରୁଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।

ସେପଟେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ଏଭଳି ଘଟଣା ଶୁଭଙ୍କର ନୁହେଁ। କିଟ୍ ଘଟଣାକୁ ନେଇ ରାଜ୍ୟ ସରକାର ଅନୁଧ୍ୟାନ କରୁଛନ୍ତି। ଯୁବପିଢ଼ି ଆତ୍ମହତ୍ୟା ଆଡ଼କୁ ଯାଉଛନ୍ତି। ଯାହାକି ଏବେ ଚିନ୍ତାର ବିଷୟ। କିଟ୍‌ରେ ପଢ଼ୁଥିବା ପିଲାଙ୍କ ଉପରେ କଣ ଚାପ ରହୁଛି ତାହା ଜାଣିବା ପାଇଁ ଚେଷ୍ଟା କରିବୁ। ଘଟଣାର କାରଣ ଖୋଜି ବାହାର କରାଯିବ। ସେହିପରି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି ଯେ, ପୋଲିସ ବିଭାଗ ଯାହା କରିବା କଥା କରିଛି, ତଦନ୍ତ ଆରମ୍ଭ ହୋଇଛି। ବିଭାଗ ମଧ୍ୟ ପଦକ୍ଷେପ ନେବା ଆରମ୍ଭ କରିଛି। ପ୍ରାଥମିକ ତଦନ୍ତ ପରେ ହିଁ କାର୍ୟ୍ୟନୁଷ୍ଠାନ ନେଇ ସରକାର ବିଚାର କରିବେ।
ସୂଚନା ଅନୁସାରେ କିଟ୍ ବିଶ୍ୱବିଦ୍ୟାଳୟରେ ଗୁରୁବାର ସନ୍ଧ୍ୟାରେ ଆଉ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଥିଲେ । ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳର ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା । ଘଟଣାର ସତ୍ୟାସତ୍ୟ ଯାଞ୍ଚ ନେଇ ସେ ସୋସିଆଲ ମିଡିଆଲ ଏକ୍ସରେ ପୋଷ୍ଟ କରିଛନ୍ତି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ