ତଳମୁହାଁ ପାରଦ: ଫୁଲବାଣୀ ସବୁଠୁ ଥଣ୍ଡା

ଭୁବନେଶ୍ବର: ପ୍ରବଳ ଜାଡରେ ଥରୁଛି ଓଡ଼ିଶା। ଉପାନ୍ତରୁ ଉପକୂଳ ସବୁଠି ତଳମୁହାଁ ପାରଦ। ରାଜ୍ୟରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୬ ସହରର ସର୍ବନିମ୍ନ ରାତ୍ରି ତାପମାତ୍ରା ୧୦ ଡିଗ୍ରୀ ଠାରୁ କମ ରେକର୍ଡ କରାଯାଇଛି। ପାରଦ ତଳମୁହାଁ ହେବା ଯୋଗୁଁ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ଖସିଛି । ତାପମାତ୍ରା ହ୍ରାସ ହେବା କାରଣରୁ ଥଣ୍ଡା ଅନୁଭୂତ ହେଉଛି । ଫୁଲବାଣୀ ୭.୫ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଏଥିସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ଆଜି ମଧ୍ୟ ପ୍ରବଳ ଥଣ୍ଡା ଅନୁଭୁତ ହେବ। ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ । ୫ ତାରିଖ ପରେ ଶୀତ କମିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ଆଜି ଏବଂ ଆସନ୍ତାକାଲି ଘନ କୁହୁଡି ନେଇ କିଛି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଆଜି ସକାଳେ ଟ୍ବିନ୍ ସିଟିରେ ଘନ କୁହୁଡି ଦୃଶ୍ୟମାନ ହୋଇଛି। ଯାହାଫଳରେ କି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ