ତାରାଙ୍କ ପାଇଁ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ପାଇଁ ବାଚସ୍ପତି ସୁରମା ପାଢ଼ୀ ସର୍ବଦଳୀୟ ବୈଠକ ଡାକିଛନ୍ତି । ବାଚସ୍ପତି ତାଙ୍କୁ ୭ଦିନ ପାଇଁ ବିଧାନସଭାରୁ ନିଲମ୍ବିତ କରିଥିବାବେଳେ ତାଙ୍କ ଉପରୁ ନିଲମ୍ବନ ହଟିବା ନେଇ ବୈଠକରେ ଆଲୋଚନା ହେବ ବୋଲି ଜଣାଯାଇଛି ।

ପ୍ରକାଶ ଯେ ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଗୃହରେ ହଙ୍ଗାମା କରିଥିଲେ ତାରା ବାହିନୀପତି । ବିଧାନସଭାରେ ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଥିଲା। ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନଥିଲା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା। ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ। ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲା। ଏବଂ ନାରୀ ନିର୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଥିଲା । ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକମାନେ ପ୍ରତିବାଦ କରିଥିଲେ।

  • Related Posts

    ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

    କଟକ: ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଏହାରି ଭିତରେ ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍…

    Continue reading
    ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ

    ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ । ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ସମସ୍ତ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଟିମର ସଦସ୍ୟମାନେ ମହାପ୍ରଭୁଙ୍କ ସକାଳ ଧୂପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ