ତିନି ବାଇକର ମୁହାଁମୁହିଁ ଧକ୍କା,ଦୁଇ ମୃତ

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଲାଠିପଡ଼ା ଗାଁ ଜଗନ୍ନାଥ ମନ୍ଦିର ନିକଟରେ ଦୁର୍ଘଟଣା । ତିନି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣେ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଏବ ବାଇକ୍‌ ଭଞ୍ଜନଗରରୁ ସୋରଡ଼ା ଅଭିମୁଖେ ଆସୁଥିଲେ । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଦୁଇଟି ସହ ଲାଠିପଡ଼ା ଜଗନ୍ନାଥ ମନ୍ଦିର ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାପରେ ତୁରନ୍ତ ସୋରଡ଼ା ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଭଞ୍ଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ମୃତକଙ୍କ ମଧ୍ୟରୁ ଜଣଙ୍କର ପରିଚୟ ମିଳିଥିବା ବେଳେ ଆଉ ଜଣଙ୍କର ପରିଚୟ ମିଳିନାହିଁ ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ