ତୈଳ ସମସ୍ୟା: ନେପାଳରେ ସପ୍ତାହକୁ ଦୁଇ ଦିନ ଛୁଟି

କାଠମାଣ୍ଡୁ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଯେଉଁ ତୈଳ ସମସ୍ୟା ଉପୁଜିଛି, ସେହି ପରିପ୍ରେକ୍ଷୀରେ ନେପାଳ ସରକାର ସପ୍ତାହକୁ ଦୁଇ ଦିନ ସରକାରୀ ଛୁଟି ଘୋଷଣା କରିଛନ୍ତି। ତଦନୁଯାୟୀ ପ୍ରତ୍ୟେକ ଶନିବାର ଓ ରବିବାର ସରକାରୀ କାର୍ୟ୍ୟାଳୟ ଓ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରହିବ। ପୂର୍ବରୁ କେବଳ ଶନିବାରକୁ ଛୁଟି ଘୋଷଣା କରାଯାଉଥିଲା। ଦେଶରେ ପେଟ୍ରୋଲ, ଡିଜେଲର ଅଭାବ ପରିଲକ୍ଷିତ ହେଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଏହାବ୍ୟତୀତ ସରକାରୀ କର୍ମଚାରୀଙ୍କ ପାଇଁ କାର୍ୟ୍ୟ ନିର୍ଘଣ୍ଟରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ଅଫିସ ଖୋଲା ରହିବ। ଆସନ୍ତାକାଲି ଅର୍ଥାତ୍‌ ସୋମବାରଠାରୁ ନୂଆ ନିୟମ କାର୍ୟ୍ୟକାରୀ କରାଯିବ ବୋଲି ସରକାରୀ ମୁଖପାତ୍ର ସସ୍ମିତା ପୋଖରେଲ ଜଣାଇଛନ୍ତି। ପୂର୍ବରୁ ଏହି ସମୟ ନିର୍ଘଣ୍ଟ ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ଧାର୍ୟ୍ୟ ହୋଇଥିଲା। ଅପରପକ୍ଷରେ ବିମାନ ଇନ୍ଧନ ବୃଦ୍ଧି ପାଇଥିବାରୁ ନେପାଳ ଏୟାରଲାଇନ୍ସ ପକ୍ଷରୁ ବିମାନ ଭଡାକୁ ମଧ୍ୟ ବୃଦ୍ଧି କରାଯାଇଛି।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ