ଦକ୍ଷିଣ ଆଫ୍ରିକା ବିଶ୍ଵ ଟେଷ୍ଟ ଚମ୍ପିଆନ

ବିଶ୍ଵ ଟେଷ୍ଟ ଚମ୍ପିଆନ ହୋଇଛି ଦକ୍ଷିଣ ଆଫ୍ରିକା। ବିଶ୍ଵ ଟେଷ୍ଟ ଚମ୍ପିଆନଶିପ(ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ୫ ଉଇକେଟରେ ହରାଇ ଏହି ଆଇସିସି ଟ୍ରଫି ହାସଲ କରିଛି। ଦୀର୍ଘ ୨୭ ବର୍ଷ ପରେ ଦଳ ଡବ୍ଲ୍ୟୁଟିସି ଜିତି ଇତିହାସ ରଚିଛି। ଦଳର ଏହି ବିଜୟ ପଛରେ ଏଡେନ ମର୍କରମଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ସେ ୧୩୬ ରନ କରି ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ।
ଅଷ୍ଟ୍ରେଲିଆର ଲର୍ଡ୍ସ ପଡ଼ିଆରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୨୧୨ ରନ ସଂଗ୍ରହ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୧୩୮ ରନ କରିଥିଲା। ୨ୟ ପାଳିରେ ଅଷ୍ଟ୍ରେଲିଆ ୨୦୭ ରନ କରିବା ସହିତ ଦକ୍ଷିଣ ଆଫ୍ରିକାକୁ ୨୮୨ ରନର ବିଜୟଲକ୍ଷ୍ୟ ଦେଇଥିଲା। ଏହି ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୫ ଉଇକେଟ ହରାଇ ସଂଗ୍ରହ କରିନେଇଥିଲା। ୧୯୯୮ରେ ଦକ୍ଷିଣ ଆଫ୍ରିକା ଶେଷ ଥର ଲାଗି ଏକମାତ୍ର ଦଳ ଭାବେ ଏହି ଟ୍ରଫି ଜିତିଥିଲା।

  • Related Posts

    ବିଶ୍ବ ପାରା ତୀରନ୍ଦାଜୀ ସିରିଜ୍‌,ବିଶ୍ବ ଚମ୍ପିଆନ୍‌ଙ୍କୁ ହରାଇ ପାୟଲଙ୍କୁ ସ୍ବର୍ଣ୍ଣ

    ବଲାଙ୍ଗିର: ବ୍ୟାଙ୍ଗକକ୍‌ରେ ଚାଲିଥିବା ବିଶ୍ବ ପାରା ତୀରନ୍ଦାଜୀ ସିରିଜ୍‌ରେ କ୍ରମାଗତ ୨ୟ ଦିନ​‌ରେ ଦେଶ ପାଇଁ ୨ୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ଝିଅ ପାୟଲ ନାଗ। ଶନିବାର ଫାଇନାଲରେ ୧୮ ବର୍ଷ ବୟସ୍କା ପାୟଲ ମହିଳା କମ୍ପାଉଣ୍ଡ ବ୍ୟକ୍ତିଗତ ବର୍ଗରେ…

    Continue reading
    ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପ ୨୦୨୮; ଆୟୋଜନ ପାଇଁ ପ୍ରସ୍ତୁତ ଓଡି଼ଶା, କାଉଣ୍ଟଡାଉନ ଆରମ୍ଭ

    ଭୁବନେଶ୍ବର: ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆୟୋଜନ ହେବ ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପ ୨୦୨୮ । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ଓଡିଶା ପ୍ରସ୍ତୁତ ରହିଛି । ଅନ୍ତର୍ଜାତୀୟ ପ୍ରତିଯୋଗିତା ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ