ଦରବୃଦ୍ଧି ପ୍ରତିବାଦରେ ଆଜି ବିଜେଡିର ବିକ୍ଷୋଭ

ଭୁବନେଶ୍ଵର : ଦରବୃଦ୍ଧି ପ୍ରତିବାଦରେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ଆଜି ବିଜେଡି ଲୋୟର ପିଏମଜିଠାରେ ବିଶାଳ ଗଣ ବିକ୍ଷୋଭ କରିବ। ଏଥିରେ ରାଜ୍ୟର ହଜାର ହଜାର ଜନତା ସାମିଲ ହେବେ । ବିଜେପି ଦେଇଥିବା ମିଛ ପ୍ରତିଶ୍ରୁତି ଓ ବିଫଳ ଅର୍ଥନୈତିକ ପରିଚାଳନା ଏବଂ ଅହେତୁକ ଦରବୃଦ୍ଧିକୁ ମୁଖ୍ୟ ପ୍ରସଙ୍ଗ କରିବ ବିଜେଡି। ଏନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଯୁବ ସଭାପତି ବ୍ୟୋମକେଶ ରାୟ ଓ ଛାତ୍ର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ଦରବୃଦ୍ଧି ପ୍ରସଙ୍ଗରେ ବିଜେପି ସରକାର ଉପରେ ବର୍ଷିଛନ୍ତି। ଶ୍ରୀମତୀ ଛୁରିଆ କହିଛନ୍ତି, ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଡବଲ ଇଞ୍ଜିନ, ଡବଲ ବିକାଶର ନାରା ଦେଇ ଉଭୟ କେନ୍ଦ୍ର ଓ ରାଜ୍ୟରେ ଆସିଥିବା ବିଜେପି ସରକାର ଦରଦାମ ନିୟନ୍ତ୍ରଣ ଓ ଅର୍ଥନୀତିର ସୁପରିଚାଳନା କ୍ଷେତ୍ରରେ ବିଫଳ ହୋଇଛନ୍ତି। ଖୁଚୁରା ମୁଦ୍ରାସ୍ଫୀତି ନଭେମ୍ୱରରେ ୫.୪୮%କୁ ଛୁଇଁଛି। ଗ୍ରାମାଞ୍ଚଳରେ ମୁଦ୍ରାସ୍ଫୀତି ୬.୬୮% ହୋଇଛି। ‘ଉଜ୍ଜ୍ବଳା’ ଯୋଜନା ଏକ ନିର୍ବାଚନ ଧୂଆଁବାଣ ଥିଲା। ଶ୍ରୀ ରାୟ କହିଛନ୍ତି, ମୁଦ୍ରାସ୍ଫୀତି ବୃଦ୍ଧି ତାଲିକାରେ ପ୍ରଥମ ୮ଟି ରାଜ୍ୟ ମଧ୍ୟରେ ସାତଟି ବିଜେପିଶାସିତ ରାଜ୍ୟ ରହିଛି। ଛତିଶଗଡ଼, ବିହାର, ଓଡ଼ିଶା ଓ ୟୁପି ଯଥାକ୍ରମେ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ସ୍ଥାନରେ ରହିଥିଲାବେଳେ ପଞ୍ଚମ ସ୍ଥାନରେ ଅଣ ବିଜେପି ଶାସିତ ରାଜ୍ୟ ଭାବେ କେରଳ ରହିଛି। ମଧ୍ୟପ୍ରଦେଶ, ଗୁଜରାଟ ଓ ହରିଆଣା ଯଥାକ୍ରମେ ଷଷ୍ଠ, ସପ୍ତମ ଓ ଅଷ୍ଟମ ସ୍ଥାନରେ ରହିଛନ୍ତି। ଶ୍ରୀ ତ୍ରିପାଠୀ କହିଥିଲେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ହିସାବରେ ଦେଶର ପେଟ୍ରୋଲ ଓ ଡିଜେଲ ଦର ସ୍ଥିର କରାଯିବ ବୋଲି ସରକାରଙ୍କ ତରଫରୁ କୁହାଯାଇଥିଲା; ହେଲେ ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ହ୍ରାସ ପାଇବା ପରେ ମଧ୍ୟ ଦେଶରେ ପେଟ୍ରୋଲ, ଡିଜେଲ ଦର ବଢ଼ୁଛି ବା ଅପରିବର୍ତ୍ତିତ ରହୁଛି। ଦରବୃଦ୍ଧି ନିୟନ୍ତ୍ରଣକୁ ଆଣିବାରେ ସରକାର ବିଫଳ ହେଲେ ଆଗାମୀ ଦିନରେ ରାଜ୍ୟର ପ୍ରତି ବ୍ଲକ ଓ ପଞ୍ଚାୟତସ୍ତରରେ ବିକ୍ଷୋଭ ପ୍ରଦର୍ଶନ କରାଯିବ।

  • Related Posts

    ଭୁବନେଶ୍ବର ଫେରିଲେ କଂଗ୍ରେସ ବିଧାୟକ

    ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ହଟାଅ ଅଭିଯାନରେ ଦିଲ୍ଲୀ ଯାଇଥିବା କଂଗ୍ରେସର ୫ ବିଧାୟକ ଶୁକ୍ରବାର ରାତିରେ ଭୁବନେଶ୍ବର ଫେରିଛନ୍ତି। ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନେତୃତ୍ବରେ ସି.ଏସ. ରାଜନ ଏକ୍କା, ମଙ୍ଗୁ ଖିଲ,…

    Continue reading
    ପୋଲିସ ଆଇନର ରକ୍ଷକ ନୁହେଁ, ସତ୍ତାର ସୁରକ୍ଷା କର୍ମୀ:କଂଗ୍ରେସ

    ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଜଣେ ଦୁଷ୍କର୍ମ ପୀଡିତାଙ୍କୁ ପୋଲିସର ନିର୍ଯାତନା ଏବଂ ଅର୍ଥ ଆଦାୟ ବିଷୟକୁ ନେଇ ଓଡିଶା ପୋଲିସ ପୁଣି ଥରେ କଳା କାରନାମା ରଚିଛି ଏବଂ ଏହାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ