ଦର୍ପଦଳନ ପରେ ତାଳଧ୍ବଜ ଏବଂ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ ପ୍ରକ୍ରିୟା

ପୁରୀ: ଆଡ଼ପ ମଣ୍ଡପରେ ମହାପ୍ରଭୁ ବିରାଜମାନ କରିଥିବା ବେଳେ ହଜାର ହଜାର ଭକ୍ତ ଆଡ଼ପ ଦର୍ଶନ କରୁଛନ୍ତି । ସେପଟେ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ସାରିଛି। ଗତକାଲି ମହାପ୍ରଭୁଙ୍କ ପାଖରୁ ଆଜ୍ଞା ମାଳ ରଥକୁ ଆସିବା ପରେ ରଥର ଦକ୍ଷିଣ ମୋଡ କରାଯାଇ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ବାରରେ ରଥକୁ ରଖିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମେ ବିଧି ପରମ୍ପରା ଅନୁଯାୟୀ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ଵାର ସମ୍ମୁଖରେ ରଖାଯାଇଛି।
ମଙ୍ଗଳବାର ପ୍ରବଳ ବର୍ଷା ହେବାରୁ ତାଳଧ୍ୱଜ ରଥକୁ ନିଆଯାଇ ପାରିନଥିଲା । ଏଣୁ ଆଜି ତାଳଧ୍ୱଜ ରଥ ଓ ନନ୍ଦିଘୋଷ ରଥକୁ ନାକଚଣା ଦ୍ୱାର ସମ୍ମୁଖକୁ ନିଆଯାଉଛି । ଆଉ ଦୁଇ ଦିନ ମହାପ୍ରଭୁ ଆଡ଼ପ ମଣ୍ଡପରେ ଅବସ୍ଥାନ କରିବେ । ଆସନ୍ତାକାଲି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ରହିଛି । ଆସନ୍ତା 24 ତାରିଖ ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ଏଣୁ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବଳ ଆଗମନ ଜାରି ରହିଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ