ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ତେବେ ଏହା ପୂର୍ବରୁ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଆମ୍ ଆଦମୀ ପାର୍ଟିକୁ ଲାଗିଛି ଜୋରଦାର ଝଟ୍କା। ଦଳ ଛାଡ଼ିଲେ ଦିଲ୍ଲୀ ସରକାରର ପରିବହନ ମନ୍ତ୍ରୀ କୈଳାଶ ଗେହଲଟ। ସେ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କେବଳ ସେତିକି ନୁହେଁ ସେ ଆମ ଆଦମୀ ପାର୍ଟିର ପ୍ରାଥମିକ ସଦସ୍ୟତା ମଧ୍ୟ ଛାଡିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ନିଜକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି।
ସୋଶାଲ ମିଡିଆ ପ୍ଲାଟଫର୍ମ ଏକ୍ସ ମାଧ୍ୟମରେ କୈଳାଶ ଗେହଲଟ ତାଙ୍କ ଇସ୍ତଫା ବିଷୟରେ ସୂଚନା ଦେଇଛନ୍ତି। ଏଥିସହ ଆମ୍ ଆଦମୀ ପାର୍ଟି ଓ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ବିରୋଧରେ ସେ ବଡ଼ ଅଭିଯୋଗ ଆଣିଛନ୍ତି। ଲୋକମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନକରିବାରୁ ସେ ଇସ୍ତଫା ଦେଇଥିବା ନେଇ କାରଣ ଦର୍ଶାଇଛନ୍ତି। ସେ ଏ ବିଷୟରେ କେଜ୍ରିୱାଲଙ୍କୁ ମଧ୍ୟ ଏକ ଚିଠି ଲେଖିଛନ୍ତି।
ସେ ତାଙ୍କ ଇସ୍ତଫା ପତ୍ରରେ ଯମୁନା ନଦୀ ସଫା କରିବା ଏବଂ କେଜ୍ରିୱାଲଙ୍କ ବଙ୍ଗଳା ନିର୍ମାଣ ପ୍ରସଙ୍ଗ ମଧ୍ୟ ଉଠାଇଛନ୍ତି। ଏଥିସହ ଦଳପ୍ରତି ଥିବା ନିଜ ଅସନ୍ତୋଷକୁ ମଧ୍ୟ ଜାହିର କରିଛନ୍ତି। ଗେହଲଟ୍ କହିଛନ୍ତି ଯେ ଗତ ନିର୍ବାଚନରେ ଆମେ ଯମୁନାକୁ ସଫା କରିବାକୁ ପ୍ରତିଶୃତି ଦେଇଥିଲୁ କିନ୍ତୁ ଆମେ ଏହା କରିପାରିଲୁ ନାହିଁ।
ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା
ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…




