ଦାଦା, ଖୁଡି, ଭଉଣୀକୁ ହାଣିଲା ପୁତୁରା, ୨ ମୃତ

ପଦ୍ମପୁର: ଛତୁ ପାଇଁ ହତ୍ୟାକାଣ୍ଡ। ଦାଦା, ଖୁଡି, ଭଉଣୀକୁ ଟାଙ୍ଗିଆରେ ହାଣିଲା ପୁତୁରା । ଥାନାରେ କଲା ଆତ୍ମସମର୍ପଣ। ଘଟଣାରେ ଖୁଡି ଓ ଭଉଣୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଦାଦାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।ପଦ୍ମପୁର ଥାନା ଅନ୍ତର୍ଗତ ପଥୁରୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମିଳିଥିବା ସୂଚନା ଅନୁସାରେ ପଦ୍ମପୁର ଥାନା ପଥୁରୀ ଗାଁର ବିଶିକେଶନ ନାଗ ତାଙ୍କ ବିଲରେ ଛତୁ ଚାଷ କରିଛନ୍ତି। ରବିବାର ଦିନ ସନ୍ଧ୍ୟା ସମୟରେ ବିଲରୁ ଫେରିଲା ପରେ ଛତୁ ଚୋରି ହୋଇଥିବା ବା ନଷ୍ଟ ହୋଇଥିବା ବିଶିକେଶନ ପାଟି କରିଥିଲେ । ପରେ ତାଙ୍କ ପୁତୁରା ପୁଚୁ ନାଗ ଓରଫ ଶଶିଭୂଷଣ ନାଗଙ୍କ ମଧ୍ୟରେ ବଚସା ହୋଇଥିଲା । ଆଜି ସକାଳୁ ମଧ୍ୟ ଉଭୟଙ୍କ ମଧ୍ୟରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏହାକୁ ନେଇ ପୂର୍ବାହ୍ଣରେ ପୁତୁରା ଦାଦାଙ୍କୁ ଆକ୍ରମଣ କରିଥିଲା ।

ବିଶିକେଶନ ତାଙ୍କ ଜ୍ବାଇଁଙ୍କୁ ଡାକି ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ଯାଇଥିଲେ । ସେହି ସମୟରେ ପୁତୁରା ଜଣକ ପୁଣି ଖୁଡି ବେଳମତି ଓ ଭଉଣୀ ସାବିତ୍ରୀଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ଖୁଡି ଓ ଭଉଣୀଙ୍କ ମୃତ୍ୟୁ ହୋଇଥିଲା। ପରେ ଅଭିଯୁକ୍ତ ନିଜେ ଯାଇ ପଦ୍ମପୁର ଥାନାରେ ଆତ୍ମସମର୍ପଣ କରିଛି। ଏ ବିଷୟରେ ଖବର ପାଇ ପଦ୍ମପୁର ପୋଲିସ ଘଟଣାସ୍ଥଳକୁ ପହଞ୍ଚି ଶବ ଜବତ କରି ତଦନ୍ତ ଜାରି ରଖିଛି ।

  • Garvita Odia

    Related Posts

    ଥାନାରେ ବିଷ ପିଇ ଦେଲେ ଯୁବତୀ

    ନୟାଗଡ଼ ଇଟାମାଟି ଥାନା ପରିସରରେ ଘଟିଛି ଅଭାବନୀୟ ଘଟଣା। ଏଠାରେ ଜଣେ ଯୁବତୀ ନ୍ୟାୟ ଦାବିରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପ୍ରେମ ବ୍ୟାପାରକୁ ନେଇ ସେ ଏପରି କରିଛନ୍ତି। ବିଷ ପିଇବା ଯୋଗୁ ତାଙ୍କ ଅବସ୍ଥା ଗୁରୁତର ରହିଛି।…

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଭୁବନେଶ୍ୱର: ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ହେବା ଘଟଣାରେ କଂଗ୍ରେସ କମିଟି ଗଠନ କରାଯାଇଛି । ଘଟଣାର ଅନୁଧ୍ୟାନ ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ଏହି କମିଟି ଗଠନ କରାଯାଇଛି । ସସ୍ମିତା ବେହେରାଙ୍କ ନେତୃତ୍ୱରେ ୬ ଜଣିଆ କମିଟି…

    Leave a Reply

    Your email address will not be published. Required fields are marked *

    You Missed

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଦାଦା, ଖୁଡି, ଭଉଣୀକୁ ହାଣିଲା ପୁତୁରା, ୨ ମୃତ

    ଦାଦା, ଖୁଡି, ଭଉଣୀକୁ  ହାଣିଲା ପୁତୁରା, ୨ ମୃତ

    ଆଉ ନାହାନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଆଉ ନାହାନ୍ତି  କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ