ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଏହାର ୨୧ ଜଣିଆ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ପ୍ରଥମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକାରେ ଅନେକ ହେଭିୱେଟ ନେତାଙ୍କୁ ଟିକେଟ ଦେଇଛି ଦଳ। ପୂର୍ବତନ ପିସିସି ସଭାପତି ତଥା ପୂର୍ବତନ ବିଧାୟକ ଅନୀଲ ଚୌଧୁରୀଙ୍କୁ ପାଟପଡଗଞ୍ଜରୁ ଟିକେଟ ଦିଆଯାଇଛି। ଆମ୍ ଆଦମୀ ପାର୍ଟି ଏହି ଆସନରୁ ଅବଧ ଓଝାଙ୍କୁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାଟପଡଗଞ୍ଜ ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଆସନ ଥିଲା।ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ପୁଅ ତଥା ପୂର୍ବତନ ଲୋକସଭା ସାଂସଦ ସନ୍ଦୀପ ଦୀକ୍ଷିତଙ୍କୁ ପ୍ରଥମ ପର୍ୟ୍ୟାୟ ତାଲିକାରେ ମୈଦାନକୁ ଓହ୍ଲାଇଛି କଂଗ୍ରେସ। ତାଙ୍କୁ ହାଇପ୍ରୋଫାଇଲ ନୂଆଦିଲ୍ଲୀ ବିଧାନସଭା ଆସନରୁ ପ୍ରାର୍ଥୀ କରିଛି ଦଳ। ବଦଲି ଆସନ ପାଇଁ ଦିଲ୍ଲୀ କଂଗ୍ରେସ ସଭାପତି ଦେବେନ୍ଦ୍ର ଯାଦବଙ୍କୁ ଚୟନ କରାଯାଇଥିବାବେଳେ ଦଳର ମୁଖପାତ୍ର ରାଗିଣୀ ନାୟକଙ୍କୁ ୱାଜିରପୁରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନୋନୀତ କରାଯାଇଛି। ସେହିଭଳି କସ୍ତୁରବା ନଗରରୁ ଅଭିଷେକ ଦତ୍ତଙ୍କୁ ପ୍ରାର୍ଥୀ କରିଛି ଦଳ।

ସମ୍ଭବତଃ ଫେବୃଆରୀ ୨୦୨୫ରେ ଅନୁଷ୍ଠିତ ହେବ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏଥିପାଇଁ ଦଳର ଶୀର୍ଷ ନେତୃତ୍ୱ ପ୍ରଥମ ପର୍ୟ୍ୟାୟରେ ୨୧ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛନ୍ତି।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ