ଦିଲ୍ଲୀପଙ୍କୁ ସମର୍ଥନ ପାଇଁ ନବୀନ ରାଜି ଥିଲେ: ରବୀନ୍ଦ୍ର

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଏବେ ରାଜ୍ୟ ରାଜନୀତି ଉଠୁଛି ପଡ଼ୁଛି । ଆଉ ଏହାରି ଭିତରେ ନିକଟରେ ବିଜେଡିକୁ ବାଏ ବାଏ କରି ପଦ୍ମ ଧରିଥିବା ବରିଷ୍ଠ ରାଜନେତା ଗୁରୁବାର ଏକ ବଡ଼ ଖୁଲାସା କରିଛନ୍ତି । ସେ କହିଛନ୍ତି ଯେ ବିଜେପି ସମର୍ଥିତ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ସମର୍ଥନ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜି ଥିଲେ ।

ଦିଲ୍ଲୀପ କହିଛନ୍ତି ଯେ ଦିଲ୍ଲୀପ ରାୟ ସ୍ୱାଧୀନ ପ୍ରାର୍ଥୀ ହେଲେ ତାଙ୍କୁ ସମର୍ଥନ କରିବେ ବୋଲି ନବୀନ କହିଥିଲେ । ତେବେ ପ୍ରାର୍ଥୀ ହେଲା ପରେ ତାଙ୍କୁ କାହିଁକି ସମର୍ଥନ କଲେନି ସେକଥା କେବଳ ନୀବନ ହିଁ କହିପାରିବେ । ପ୍ରାର୍ଥୀ ହେବା ପୂର୍ବରୁ ଦିଲ୍ଲୀପ ବାବୁଙ୍କ ନବୀନ ପଟ୍ଟନାୟକ ଡାକିଥିଲେ । ସ୍ୱାଧୀନ ପ୍ରାର୍ଥୀ ହେଲେ ସମର୍ଥନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ନବୀନ ବାବୁ କ’ଣ ପାଇଁ ନିଜ ନିଷ୍ପତ୍ତିରୁ ଓହରିଗଲେ ସେକଥା ମୋତେ ଜଣାନାହିଁ । ନବୀନ ବାବୁ ଯନି ଦିଲ୍ଲୀପ ବାବୁଙ୍କୁ ସମର୍ଥନ କରିଥାନ୍ତେ ତେବେ ଆଜି ଏଭଳି ପରିସ୍ଥିତି ସୃଷ୍ଟି ହୋଇନଥାନ୍ତା । ୩ ମାସ ନୁହେଁ ୬ ମାସ ପୂର୍ବରୁ ଦିଲ୍ଲୀପ ବାବୁଙ୍କ ସହ ଭେଟଘାଟ ହୋଇଥିଲା ବୋଲି ରବୀନ୍ଦ୍ର ଜେନା କହିଛନ୍ତି ।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ