ଦିଲ୍ଲୀର ୫୦ରୁ ଅଧିକ ସ୍କୁଲ୍‌କୁ ବୋମାରେ ଉଡାଇବାକୁ ଧମକ

ନୂଆଦିଲ୍ଲୀ: ଦିଲ୍ଲୀର ସ୍କୁଲ ଗୁଡ଼ିକୁ ଲଗାତାର ଧମକପୂର୍ଣ୍ଣ ଇମେଲ୍ ମିଳୁଛି। ଧମକ ଗୁଡିକ ଥମିବାର ନାଁ ନେଉନାହିଁ। ଏବେ ୫୦ରୁ ଅଧିକ ସ୍କୁଲକୁ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି। ଆଜି ସକାଳେ ନଜଫଗଡ଼ ଏବଂ ମାଲବୀୟ ନଗରର ଆଉ ଏକ ସ୍କୁଲକୁ ଇମେଲ୍ ମାଧ୍ୟମରେ ବୋମାରେ ଉଡାଇବାକୁ ଧମକ ମିଳିଛି। ଏହା ପରେ ସ୍କୁଲ୍‌ ଛାତ୍ର-ଛାତ୍ରୀ ଏବଂ ପରିବାର ସଦସ୍ୟଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଧମକ ବିଷୟରେ ସୂଚନା ପାଇବା ପରେ, ପୋଲିସ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏହା ସହିତ, ଡଗ୍ ସ୍କ୍ୱାଡ୍, ବମ୍ ସ୍କ୍ୱାଡ୍ ଏବଂ ଅଗ୍ନିଶମ ବିଭାଗ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ଦିଲ୍ଲୀ ଅଗ୍ନିଶମ ସେବା ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ୍ ମିଳିଛି। ସକାଳ ୭.୪୦ ଏବଂ ୭.୪୨ରେ ଦୁଇଟି ସ୍କୁଲରେ ବୋମା ଧମକ ମିଳିଛି। ପୋଲିସ ଏବଂ ଅନ୍ୟାନ୍ୟ ଏଜେନ୍ସି ସ୍କୁଲରେ ପହଞ୍ଚି ଖୋଜାଖୋଜି କରୁଛନ୍ତି। ଏସକେଭି ମାଲବୀୟ ନଗର ଏବଂ ପ୍ରସାଦ ନଗରର ଆନ୍ଧ୍ର ସ୍କୁଲକୁ ଧମକପୂର୍ଣ୍ଣ ଇମେଲ୍ ପଠାଯାଇଛି। ସୋମବାର ଦିନ ଦିଲ୍ଲୀର ଦ୍ୱାରକାର ତିନୋଟି ସ୍କୁଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଥିଲା। ଯାହା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା ଏବଂ କର୍ତ୍ତୃପକ୍ଷଙ୍କୁ ପରିସର ଖାଲି କରିବାକୁ ପଡିଥିଲା। ମୋଟ ୩୨ ଟି ସ୍କୁଲକୁ ସମାନ ଧମକ ମିଳିଥିଲା, ଯାହା ପରେ ଏହା ମିଛ ବୋଲି ଜଣାପଡ଼ିଥିଲା। ଧମକପୂର୍ଣ୍ଣ ଇମେଲ୍ ପାଇବା ପରେ, ପୋଲିସ ତୁରନ୍ତ କାର୍ୟ୍ୟାନୁଷ୍ଠାନ ଆରମ୍ଭ କରିଥିଲା ଏବଂ ପ୍ରୋଟୋକଲ ଅନୁଯାୟୀ, ଡଗ୍ ସ୍କ୍ୱାଡ୍, ବମ୍ ସ୍କ୍ୱାଡ୍ ଏବଂ ଅଗ୍ନିଶମ ବିଭାଗର ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ।

  • Related Posts

    ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

    ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

    Continue reading
    ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

    ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ