ଦିଲ୍ଲୀରେ ବିକାଶ ଏବଂ ସୁଶାସନର ବିଜୟ:ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ବିଜେପିର ବିଜୟକୁ ବିକାଶ ଏବଂ ସୁଶାସନର ବିଜୟ ବୋଲି ବର୍ଣ୍ଣନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ମାନବଶକ୍ତି ସର୍ବୋଚ୍ଚ । ଏହା ବିକାଶ ଏବଂ ସୁଶାସନର ବିଜୟ । ଦିଲ୍ଲୀର ସମସ୍ତ ଭାଇଭଉଣୀମାନଙ୍କୁ ଐତିହାସିକ ବିଜୟ ଦେବା ପାଇଁ ମୋର ପ୍ରଣାମ ଏବଂ ଅଭିନନ୍ଦନ। ଆପଣମାନେ ମୋତେ ଯେଉଁ ପ୍ରଚୁର ଆଶୀର୍ବାଦ ଏବଂ ପ୍ରେମ ଦେଇଛନ୍ତି, ସେଥିପାଇଁ ମୁଁ ଆପଣମାନଙ୍କ ନିକଟରେ କୃତଜ୍ଞ ।

ପିଏମ ମୋଦୀ ଏକ୍ସ ପୋଷ୍ଟରେ ଲେଖିଛନ୍ତି, ବିଜେପି ସରକାର ଦିଲ୍ଲୀର ସର୍ବାଙ୍ଗୀନ ବିକାଶ ଏବଂ ଲୋକଙ୍କ ଜୀବନକୁ ଉନ୍ନତ କରିବା ପାଇଁ କାର୍ୟ୍ୟ ଜାରି ରଖିବ । ମୁଁ ପ୍ରତ୍ୟେକ ବିଜେପି କର୍ମୀଙ୍କ ପାଇଁ ଗର୍ବିତ, ଯେଉଁମାନେ ବହୁତ କଠିନ ପରିଶ୍ରମ କରି ଦଳକୁ ବିଜୟୀ କରାଇଛନ୍ତି ।

ପ୍ରଧାନମନ୍ତ୍ରୀ ଆହୁରି ଲେଖିଛନ୍ତି, ‘ଆମେ ଆହୁରି ଉତ୍ସାହର ସହିତ କାମ କରିବୁ ଏବଂ ଦିଲ୍ଲୀର ଲୋକଙ୍କ ସେବା କରିବୁ । ଦିଲ୍ଲୀର ସର୍ବାଙ୍ଗୀନ ବିକାଶ ଲାଗି କୌଣସି ଅବହେଳା କରାଯିବ ନାହିଁ । ଏହା ଆମର ଗ୍ୟାରେଣ୍ଟି। ଆମେ ଏହା ମଧ୍ୟ ସୁନିଶ୍ଚିତ କରିବୁ ଯେ ଦିଲ୍ଲୀ ଏକ ବିକଶିତ ଭାରତ ଗଠନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ମୁଁ ମୋର ସମସ୍ତ ବିଜେପି କର୍ମୀଙ୍କ ପାଇଁ ବହୁତ ଗର୍ବିତ ଯେଉଁମାନେ ଏହି ବିପୁଳ ଜନାଦେଶ ପାଇଁ ଦିନରାତି ପରିଶ୍ରମ କରିଛନ୍ତି। ଏବେ ଆମେ ଆମର ଦିଲ୍ଲୀବାସୀଙ୍କୁ ଆହୁରି ଦୃଢ଼ ଭାବରେ ସେବା କରିବା ପାଇଁ ଉତ୍ସର୍ଗୀକୃତ ରହିବୁ।’

  • Related Posts

    ଇସ୍ତଫା ଦେଲେ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା

    ନୂଆଦିଲ୍ଲୀ : ଇସ୍ତଫା ଦେଲେ ବିବାଦୀୟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା। ଆହ୍ଲାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା ଶୁକ୍ରବାର ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଠାଇଛନ୍ତି। ବାସଭବନରୁ ବିପୁଳ ଟଙ୍କା ମିଳିବା ପରେ ସେ ବିବାଦରେ…

    Continue reading
    ଶପଥ ଗ୍ରହଣ କଲେ ନୀତିଶ କୁମାର

    ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ସଦସ୍ୟ ଭାବରେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଲଲ୍ଲନ ସିଂହ, ରାଜ୍ୟସଭା ସାଂସଦ ସଞ୍ଜୟ ଝା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଅନେକ କେନ୍ଦ୍ର ମନ୍ତ୍ରୀ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ