ଦୁଇ ବାଇକ ମୁହାଁମୁହିଁ ଧକ୍କା, ୪ ମୃତ

ଫୁଲବାଣୀ: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ ମୁହାଁମୁହିଁ ଧକା ହେବା ଫଳରେ ଜଣେ ୩ ବର୍ଷର ଶିଶୁ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ, ଫିରିଙ୍ଗିଆ ଥାନା ପାଙ୍ଗା ପଞ୍ଚାୟତ ପଟିଲିପିଡିଆ ଗ୍ରାମର ବାବୁଲା କହଁର(୩୮), ବାମନ କହଁର(୩୫), କାର୍ତ୍ତିକ କହଁର(୩) ଓ ସଲାଗୁଡା ପଞ୍ଚାୟତ ଟକେରୀଗୁଡା ଗ୍ରାମର ଟିଲୁ ଦିଗାଲ(୩୦)। ଅନ୍ୟପଟେ ବନିତା କହଁର ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହୋଇଛନ୍ତି।
ମିଳିଥିବା ସୂଚନା ଅନୁସାରେ ବାବୁଲା,ବାମନ, ବନିତା ଓ କାର୍ତ୍ତିକ ଏକ ବାଇକରେ ଗୋଚ୍ଛାପଡା ଅଞ୍ଚଳରେ ଥିବା ସେମାନଙ୍କ ସମ୍ପର୍କୀୟଙ୍କ ଘରକୁ ଯାଉଥିଲେ । ଅପରାହ୍ନ ପ୍ରାୟ ୩ଟା ବେଳେ ବନ୍ଦୁଲି ଛକ ନିକଟରେ ଅନ୍ୟ ଏକ ବାଇକରେ ବାଲନ୍ଦାପଡା ଆଡକୁ ଯାଉଥିବା ଟିଲୁ ଦିଗାଲଙ୍କ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ସମସ୍ତେ ରାସ୍ତାରେ ଛିଟିକି ହୋଇ ପଡିଥିଲେ । ସ୍ଥାନୀୟ ବିଜେପି ନେତା ବାବୁଲା କହଁର ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ମାନଙ୍କୁ ଉଦ୍ଧାର କରି ନିଜ ଗାଡିରେ ଗୋଚ୍ଛାପଡା ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ।

ତେବେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ବାବୁଲା, ବାମନ, କାର୍ତ୍ତିକ ଓ ଟିଲୁଙ୍କୁ ମୃତ ଘୋଷଣା କରିଥିଲେ। ବନିତା ଏବେ ଏଠାରେ ଚିକିତ୍ସାଧୀନ ଅଛନ୍ତି। ଗୋଚ୍ଛାପଡା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି ।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ