ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ୱର : ଚଳିତ ମାସ ଶେଷ ସପ୍ତାହ ବେଳକୁ ବଙ୍ଗୋପସାଗର ଏବଂ ଆରବ ସାଗରରେ ପୃଥକ୍‌ ଭାବେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଗୁରୁବାର ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ତା’ର ବିସ୍ତାରିତ ରିପୋର୍ଟରେ ଏଭଳି ତଥ୍ୟ ପ୍ରକାଶ କରିଛି। ଆଇଏମ୍‌ଡି ରିପୋର୍ଟ ଅନୁସାରେ, ଆସନ୍ତା ୨୩ କିମ୍ବା ୨୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଆଣ୍ଡାମାନସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୫ କିମ୍ବା ୨୬ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଅନ୍ୟପଟେ ଆସନ୍ତା ୨୩ କିମ୍ବା ୨୪ ତାରିଖ ମଧ୍ୟରେ ଦକ୍ଷିଣ-ପୂର୍ବ ଆରବସାଗର ଏବଂ ପାର୍ଶ୍ବବର୍ତ୍ତୀ ଲାକ୍ଷାଦ୍ବୀପ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆସନ୍ତା ୨୫ କିମ୍ବା ୨୬ ତାରିଖ ସୁଦ୍ଧା ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ଆରବ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ସମାନ ସମୟରେ ଆରବସାଗର ଏବଂ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଇଏମ୍‌ଡି ସ୍ପଷ୍ଟ କରିଛି। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ ସାହୁ କହିଛନ୍ତି, ସମ୍ଭାବ୍ୟ ଦୁଇଟି ସି‌ଷ୍ଟମ ମଧ୍ୟରୁ ଗୋଟିଏ ସିଷ୍ଟମ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। କିନ୍ତୁ, କେଉଁ ସିଷ୍ଟମ୍‌ ଘନୀଭୂତ ହେବ, ତାହା ଆଗକୁ ସ୍ପଷ୍ଟ ଆକଳନ କରାଯାଇପାରିବ। ସେପଟେ, ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଗୁରୁବାର ଓଡ଼ିଶା ସମେତ ସାରା ଦେଶରୁ ବିଦାୟ ନେଇଛି। ୨୦୨୫ ଅକ୍ଟୋବର ୧୬ରେ ଦେଶରୁ ସମ୍ପୂର୍ଣ୍ଣ ରୂପେ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ଏବର୍ଷ ଅକ୍ଟୋବର ୧୫ରେ ସାରା ଦେଶରୁ ଫେରିଛି। ଏଥିଯୋଗୁଁ କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

  • Related Posts

    କ୍ରେନ୍ ଖସି ଦୁଇ ଓଡ଼ିଆ ଶ୍ରମିକ ମୃତ

    ଗଞ୍ଜାମ: ଆନ୍ଧ୍ରପ୍ରଦେଶରେ ଅଭାବନୀୟ ଦୁର୍ଘଟଣା। ନିର୍ମାଣାଧୀନ କୋଠାରେ କାମ କରୁଥିବା ବେଳେ କ୍ରେନ୍ ଖସି ପଡ଼ିବାରୁ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହି ଦୁଃଖଦ ଘଟଣା ଗୁଣ୍ଟୁର ନିକଟରେ ଘଟିଛି। ଦୁର୍ଘଟଣାରେ ଅନ୍ୟ ତିନି ଜଣ ଶ୍ରମିକ ଗୁରୁତର ଆହତ…

    Continue reading
    ସର୍ଟ ସର୍କିଟରୁ ଜଳିଗଲା ଚଳନ୍ତା ଟ୍ରକ୍

    କେନ୍ଦୁଝର: ସର୍ଟ ସର୍କିଟରୁ ଜଳିଗଲା ଚଳନ୍ତା ଟ୍ରକ୍ । କେନ୍ଦୁଝର ଜିଲ୍ଲା ବମେବାରୀ ଥାନା ହେଶା ବେଡା ଗାଁ ନିକଟରେ ଲୁହା ପଥର ବୋଝେଇ କରିଯାଉଥିବା ବେଳେ ଟ୍ରକ୍‌ରେ ଲାଗିଗଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଲୁହାପଥର ବୋଝେଇ କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି