ଦୁର୍ଘଟଣାରେ ୭ ମୃତ

ବେଙ୍ଗାଲୁରୁ: କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାରୁ ଏକ ହୃଦୟବିଦାରକ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏକ ଦ୍ରୁତଗାମୀ ଟ୍ରକ୍ ଏବଂ କ୍ରୁଜର ଗାଡ଼ି ମଧ୍ୟରେ ସାଂଘାତିକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଅନ୍ୟ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ଏହି ଘଟଣାଟି ଉତ୍ତର କନ୍ନଡ଼ ଜିଲ୍ଲା ୟେଲ୍ଲାପୁରା ତାଲୁକାର ଅରାବଲ୍ ଘାଟି ନିକଟରେ ଘଟିଛି । ଏକ କ୍ରୁଜର ଗାଡ଼ିରେ ମୋଟ ୯ ଜଣ ଯାତ୍ରୀ ଧାରୱାଡ୍‌ରୁ ଅଙ୍କୋଲା ଅଭିମୁଖେ ଯାଉଥିଲେ । ସେମାନେ ବୁଧବାର ବିଳମ୍ବିତ ରାତିରେ ଧର୍ମସ୍ଥଳ ଏବଂ ଚିକମଗାଲୁର ଭ୍ରମଣ ପାଇଁ ବାହାରିଥିଲେ ।
ତେବେ ଗାଡ଼ିଟି ଅରାବଲ୍ ଘାଟିର ବାଲଗର ଅଞ୍ଚଳରେ ପହଞ୍ଚିବା ସମୟରେ, ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ସହ ଜୋରଦାର ଧକ୍କା ହୋଇଥିଲା । ଧକ୍କା ଏତେ ଭୟଙ୍କର ଥିଲା ଯେ କ୍ରୁଜର ଗାଡ଼ିଟି ସମ୍ପୂର୍ଣ୍ଣ ଭାବେ ଚୁରମାର୍ ହୋଇଯାଇଥିଲା । ଗାଡ଼ିର ମାଡ଼ ଏତେ ଶକ୍ତ ଥିଲା ଯେ, କ୍ରୁଜର ଭିତରେ ଥିବା ଲୋକଙ୍କୁ ବାହାରିବାକୁ ସୁଯୋଗ ସୁଦ୍ଧା ମିଳିନଥିଲା । ଫଳରେ ୭ ଜଣଙ୍କର ଘଟଣାସ୍ଥଳରେ ହିଁ ପ୍ରାଣବାୟୁ ଉଡ଼ିଯାଇଥିଲା। ସ୍ଥାନୀୟ ଲୋକ ଏବଂ ପୋଲିସ ସାହାଯ୍ୟରେ ଗୁରୁତର ୨ ଜଣଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି, ଯେଉଁଠାରେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା କୁହାଯାଉଛି । ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ୟେଲ୍ଲାପୁର ସରକାରୀ ମାଲଖାନାକୁ ପଠାଯାଇଛି ।

ଗାଡ଼ିରେ ଥିବା ସମସ୍ତ ଯୁବକ ପ୍ରସିଦ୍ଧ ଫୁଡ୍ ଡେଲିଭରି ଆପ୍ ସ୍ୱିଗିରେ ପାର୍ଟ-ଟାଇମ୍ ଡେଲିଭରି ବୟ ଭାବେ କାମ କରୁଥିଲେ । ଏହି ଭୟଙ୍କର ଦୁର୍ଘଟଣା ପରେ ୟେଲ୍ଲାପୁର ପୁଲିସ ଷ୍ଟେସନରେ ଏକ ମାମଲା ରୁଜୁ କରାଯାଇଛି । ଟ୍ରକ୍ ଚାଳକର ବେପରୁଆ ଗାଡ଼ି ଚାଳନା କିମ୍ବା ଘାଟି ରାସ୍ତାରେ ନିୟନ୍ତ୍ରଣ ହରାଇବା ଯୋଗୁଁ ଏହି ଅଘଟଣ ଘଟିଥାଇପାରେ ବୋଲି ପ୍ରାଥମିକ ଅନୁମାନ କରାଯାଉଛି । ପୁଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

  • Related Posts

    ୟୁପିଆଇରେ ଲାଗିବନି ଶୁଳ୍କ !

    ନୂଆଦିଲ୍ଲୀ : ଆସନ୍ତା ୧୫ ତାରିଖରୁ ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ (ୟୁପିଆଇ) ଉପରେ ଲାଗୁ ହେବାକୁ ଥିବା ୦.୦୪ ପ୍ରତିଶତ ଶୁଳ୍କ ଆଉ ଲାଗିବନି । ଆସନ୍ତା ବର୍ଷ ଜାନୁଆରୀ ୧ ରୁ ଏହି ନୂଆ ନିୟମ କାର୍ୟ୍ୟକାରୀ କରିବାକୁ ସରକାର…

    Continue reading
    ଜେୱର ବିମାନବନ୍ଦରର ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’ ଭାବେ ନାମିତ

    ନୋଇଡା: ଉତ୍ତର ପ୍ରଦେଶର ଜେୱରଠାରେ ନିର୍ମାଣାଧୀନ ବିମାନବନ୍ଦରର ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’ ଭାବେ ନାମିତ କରିବା ପ୍ରସ୍ତାବକୁ ଉତ୍ତର ପ୍ରଦେଶ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଲକ୍ଷ୍ନୌଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ