ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି: ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ ୧୩ଜଣ ମାଓବାଦୀ ରବିବାର ଗିରଫ ହୋଇଛନ୍ତି।

ସୂଚନାଯୋଗ୍ୟ, ବିଜାପୁର ଜିଲା ବାସାଗୁଡ଼ା ଥାନା ସାରକେଗୁଡ଼ା ଓ ରାଜପେଣ୍ଟାକୁ ଯିବା ରାସ୍ତାରେ କେତେକ ବ୍ୟକ୍ତି ପୋଲିସକୁ ଦେଖି ସେଠାରୁ ଫେରାର ହେବାକୁ ଚେଷ୍ଟା କରୁଥିବା ସମୟରେ ପୋଲିସ ଓ ଯବାନ ସେମାନଙ୍କୁ ଗିରଫ କରିଥିଲେ। ସେମାନେ ହେଲେ ନାଗେଶ, ମାସା ହେମଲା, ସନୁ ଓୟାମ ଓ ଲେମାମ ଛୋଟ୍ରା ବୋଲି ପରିଚୟ ଦେଇଥିଲେ । ଏହି ଚାରିଜଣଙ୍କ ନିକଟରୁ କୁକର ବୋମା, ଟିଫିନ ବୋମା, କୋଡେକ୍ସ ତାର, ବ୍ୟାଟେରି, ଔଷଧ ଓ ମାଓବାଦୀ ପୁସ୍ତକ ଜବତ କରାଯାଇଛି। ସେହିପରି ନେମେଡ଼ ଥାନା ଅଞ୍ଚଳ ମୁସାଲୁର ନିକଟ ଜଙ୍ଗଲରୁ ୪ଜଣ ମାଓବାଦୀ ଗିରଫ ହୋଇଛନ୍ତି। ସେମାନେ ହେଲେ ଶଙ୍କର ପୁନେମ, ବଦରୁ ଅବଲମ୍‌, ସୋନୁ ପୋୟାମ ଓ କମଲୁ ହେମଲା।

ସେହିପରି ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ୪ ଲକ୍ଷ ପୁରସ୍କାର ଘୋଷିତ ୫ଜଣ ମାଓବାଦୀଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୨ ଲକ୍ଷ ପୁରସ୍କାର ଘୋଷିତ ମୁଚାକି ହୁଙ୍ଗା, କବାସୀ ଗାଙ୍ଗୀ, ମାଡବି ହୁଙ୍ଗା, ପଡିୟମ୍‌ ଦେବା ଓ ମୁକେଶ ପଡିୟମ ରହିଛନ୍ତି। ଗିରଫ ମାଓବାଦୀମାନେ ଚିନ୍ତାଗୁଫା ଅଞ୍ଚଳର ବିଭିନ୍ନ ଘଟଣାରେ ଜଡିତ ଥିବା ବେଳେ ତାଙ୍କ ନଁାରେ ସୁକ୍‌ମା ଜିଲା ଅନ୍ତର୍ଗତ ବିଭିନ୍ନ ଥାନାରେ ମାମଲା ରହିଥିବା ପୋଲିସ ସୂତ୍ରରୁ ଜଣାପଡିଛି। ଗିରଫ ୧୩ ଜଣଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଛି।

  • Related Posts

    ସାମ୍ବାଦିକଙ୍କ ପାଇଁ ଗାଇଡଲାଇନ ଜାରି

    ଆନ୍ଦୋଳନ ସମୟରେ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକାଶ କରିଛି ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ (ପିସିଆଇ)। ଏଭଳି ସମ୍ବେଦନଶୀଳ ପରିସ୍ଥିତିରେ ଖବର ସଂଗ୍ରହ କରୁଥିବା ସାମ୍ବାଦିକମାନେ କିପରି ନିଜର ସୁରକ୍ଷା ବଜାୟ ରଖିବେ, ବୃତ୍ତିଗତ ନିରପେକ୍ଷତା ଅବଲମ୍ବନ କରିବେ ଏବଂ…

    Continue reading
    ବୋନସ ଘୋଷଣା କଲେ କେନ୍ଦ୍ର ସରକାର

    ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ କର୍ମଚାରୀଙ୍କୁ ୩୦ ଦିନର ‘ନନ-ପ୍ରଡକ୍ଟିଭିଟି ଲିଙ୍କଡ’ (ଆଡ-ହକ) ବୋନସ ପ୍ରଦାନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ବୋନସର ହିସାବ ମାସିକ ୭,୦୦୦ ଟଙ୍କାର ଦରମା ସୀମା ଆଧାରରେ କରାଯାଏ। ଅର୍ଥାତ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି