ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କଲେ ମୋଦୀ

ଭୁବନେଶ୍ୱର:ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ସୋମବାର ପରଲୋକ ହୋଇଛି । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଶେଷ ଦର୍ଶନ କରିଛନ୍ତି । ଶେଷ ଦର୍ଶନ କରି ମୋଦୀ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ତେବେ ଆଜି ଅପରାହ୍ନ ୪ଟା ୩୦ ମିନିଟରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ଓଡ଼ିଶାରେ ଆସି ପହଞ୍ଚିବ । ଢେଙ୍କାନାଳ ସାଂସଦ ରୁଦ୍ର ପାଣିଙ୍କ ସୂଚନା ମୁତାବକ ଆଜି ତାଙ୍କର ପାର୍ଥିବ ଶରୀର ଓଡିଶା ଆସିବ । ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ।

ଦେବେନ୍ଦ୍ର ପ୍ରଧାନ ହେଉଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା । ବାଜପାୟୀଙ୍କ ସରକାର ସମୟରେ ଦେବେନ୍ଦ୍ର ପ୍ରଧାନ ପରିବହନ ମନ୍ତ୍ରୀ ଥିଲେ । ଏହାଛଡ଼ା ୧୯୮୮ରୁ ୧୯୯୩ ପର୍ଯ୍ୟନ୍ତ ସେ ରାଜ୍ୟ ସଭାପତି ଥିଲେ । ୧୯୯୩ରୁ ୧୯୯୫ ସେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଥିଲେ । ପୁନର୍ବାର ୧୯୯୫ରୁ ୧୯୯୭ ସେ ରାଜ୍ୟ ବିଜେପି ସଭାପତି ହୋଇଥିଲେ । ୧୯୯୮ରେ ସେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୧୩ତମ ଲୋକସଭା ନିର୍ବାଚନରେ ପୁନର୍ବାର ସେ ଦେବଗଡ଼ରୁ ନିର୍ବାଚତ ହୋଇଥିଲେ ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ