ଦେଶର ଏକତା ଓ ସଂହତିକୁ ବଜାୟ ରଖିବା ପାଇଁ କ୍ରୀଡ଼ାମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ବର: ଆଜି ସର୍ଦ୍ଦାର ବଲ୍ଳଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି । କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । କ୍ରୀଡ଼ାମନ୍ତ୍ରୀ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପ୍ରତି ନିଜର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ନିଜର ଅଭିଭାଷଣରେ ସେ କହିଥିଲେ ଯେ, ଆଜି ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ଓ ଏକତା ପଦଯାତ୍ରାର ଆୟୋଜନ କରାଯାଉଛି। ସର୍ଦ୍ଦାର ବଲ୍ଳଭ ଭାଇ ପଟେଲଙ୍କ ଆଦର୍ଶରେ ଆମେ ସମସ୍ତେ ଅନୁପ୍ରାଣିତ ହେବା ସହ ଦେଶର ଏକତା ଓ ସଂହତିକୁ ବଜାୟ ରଖିବା । ଦେଶର ବିକାଶ ନିମନ୍ତେ କାର୍ଯ୍ୟ କରିବା ପାଇଁ ସଂକଳ୍ପବଦ୍ଧ ହେବା । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ସମୃଦ୍ଧ ଓଡ଼ିଶା-୨୦୩୬ ଏବଂ ବିକଶିତ ଭାରତ-୨୦୪୭ ଗଠନର ଲକ୍ଷ୍ୟ ପୂରଣ ସହ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଗଠନ ଦିଗରେ ନିଜର ଯୋଗଦାନ ଦେବା ପାଇଁ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆହ୍ୱାନ ଦେଇଛନ୍ତି ।

ଆଜିର କାର୍ଯ୍ୟକ୍ରମରେ କ୍ରୀଡ଼ା ମନ୍ତ୍ରୀ ସମସ୍ତଙ୍କୁ ‘ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ’ କରାଇଥିଲେ । ଏଥିସହ ‘ଏକତା ପଦଯାତ୍ରା’ ଆୟୋଜିତ ହୋଇଥିଲା ଯେଉଁଥିରେ କ୍ରୀଡ଼ାବିତ୍, ଛାତ୍ରଛାତ୍ରୀ, ସମାଜସେବୀ, ସ୍ବେଚ୍ଛାସେବୀ ଓ ସମସ୍ତ ଜନସାଧାରଣ ସାମିଲ ହୋଇଥିଲେ। କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଭୂପେନ୍ଦ୍ର ସିଂ ପୁନିଆ, ପୂର୍ବତନ ବିଧାୟକ ତଥା ସମାଜସେବୀ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ସମାଜସେବୀ ତଥା ରାଜନେତା ଶ୍ରୀ ଗୋଲକ ମହାପାତ୍ର, ଶ୍ରୀ ଜଗନ୍ନାଥ ପ୍ରଧାନ, ଶ୍ରୀ ସୁଦୀପ୍ତ ରାୟ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ଗଞ୍ଜାମକୁ ଅତିରିକ୍ତ ୨୦ କୋଟି ଟଙ୍କା ରିଲିଫ୍ ସହାୟତା

    ବ୍ରହ୍ମପୁର: ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଓ ବ୍ୟାପକ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅପରାହ୍ନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

    Continue reading
    ୨୦୨୭ର ସରକାରୀ ଛୁଟି ତାଲିକା ଜାଣନ୍ତୁ

    ଭୁବନେଶ୍ୱର: ଆସନ୍ତା ୨୦୨୭ ବର୍ଷ ପାଇଁ ସରକାରୀ ଛୁଟି  ତାରିଖ ପ୍ରକାଶ ପାଇଛି । ପର୍ବପର୍ବାଣୀ, ସ୍ମରଣୀୟ ଦିବସ ପାଇଁ ରାଜ୍ୟର ସମସ୍ତ  ସରକାରୀ କାର୍ଯ୍ୟାଳୟ ଏବଂ ରାଜସ୍ୱ ଓ ମ୍ୟାଜିଷ୍ଟେରିଆଲ୍‌ କୋର୍ଟ (କାର୍ଯନିର୍ବାହୀ)  ପାଇଁ ଛୁଟି ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି