ଦେଶର ବିକାଶକୁ ତ୍ୱରାନ୍ୱିତ କରିଥିଲେ ମନମୋହନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ । ଅର୍ଥନୀତି କ୍ଷେତ୍ରରେ ତାଙ୍କର ଜ୍ଞାନ ଓ ଦକ୍ଷତା ପାଇଁ ସେ ସାରା ବିଶ୍ବରେ ସମ୍ମାନର ଅଧିକାରୀ ହୋଇପାରିଥିଲେ। ଅର୍ଥ ମନ୍ତ୍ରୀ ଭାବରେ ଦେଶର ଅର୍ଥନୀତିକୁ ସେ ଏକ ନୂଆ ଦିଗ ଦେଇଥିଲେ। ତାଙ୍କର ଉଦାର ଅର୍ଥନୈତିକ ନୀତି ଯୋଗୁଁ ଭାରତ ବିଶ୍ଵର ଏକ ପ୍ରମୁଖ ଅର୍ଥନୀତି ଭାବେ ଯାତ୍ରା ଆରମ୍ଭ କରିଥିଲା। ପ୍ରଧାନମନ୍ତ୍ରୀ ଭାବେ ସେ ବିଭିନ୍ନ କ୍ଷେତ୍ରରେ ଦେଶର ବିକାଶକୁ ତ୍ୱରାନ୍ୱିତ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କର ଜ୍ଞାନ, ଭଦ୍ରତା, ସାଧୁତା ଓ ଅମାୟୀକ ସ୍ଵଭାବ ତାଙ୍କ ପାଇଁ ରାଜନୀତି କ୍ଷେତ୍ରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଥଲା । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ