ଦେଶର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ, ସବୁଠାରୁ ଗରିବ ମମତା , ମୋହନ ମାଝୀ କୋଟିପତି

ଭୁବନେଶ୍ବର,23/08: ୨୭ଟି ରାଜ୍ୟ ଏବଂ ତିନୋଟି କେନ୍ଦ୍ରସଶାସିତ ଅଂଚଳ ର ୩୦ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଏଡିଆର ଏବଂ ଜାତୀୟ ନିର୍ବାଚନ ବେଞ୍ଚର ଏକ ରିପୋର୍ଟରୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଦେଶର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ ବୋଲି ସୂଚନା ମିଳିଛି। ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କ ସମ୍ପତ୍ତି ମିଶି ଯେତିକି ହେବ, ତା’ଠାରୁ ବି ଅଧିକ ହେବ ଏହି ଜ​‌ଣେ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତିର ପରିମାଣ। ତେବେ ଏହି ବ୍ୟକ୍ତି ଜଣକ ହେଉଛନ୍ତି ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ। ୯୩୧ କୋଟି ଟଙ୍କାରୁ ଅଧିକ ସମ୍ପତ୍ତିର ଅଧିକାରୀ ହେଉଛନ୍ତି ଚନ୍ଦ୍ରବାବୁ। ତେବେ ଦେଶର ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ ହେଉଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସମ୍ପତି ତାଲିକାରେ ୩୦ ଜଣ ମୁଖ୍ୟମନ୍ତ୍ରୀଙ୍କ ଭିତରୁ ଶତକଡା ୧୦୦ ଭାଗରୁ ୫୭ ଭାଗ କେବଳ ଚନ୍ଦ୍ରବାବୁ ନାଇଡୁଙ୍କ ପାଖରେ ରହିଛି। ୩୦ ମୁଖ୍ୟମନ୍ତ୍ରୀଙ୍କ ମୋଟ ସମ୍ପତ୍ତିର ପରିମାଣ ହେଉଛି ୧୬୩୨ କୋଟି। ତାହା ମଧ୍ୟରୁ ୫୭ ପ୍ରତିଶତ ହେଉଛି ଚନ୍ଦ୍ରବାବୁଙ୍କର। ୯୩୧ କୋଟିର ସମ୍ପତ୍ତି ମଧ୍ୟରୁ ୮୧୦ କୋଟି ସ୍ଥାବର ଏବଂ ୧୨୧ କୋଟିର ଅସ୍ଥାବର ସମ୍ପତ୍ତିର ଅଧିକାରୀ ଚନ୍ଦ୍ରବାବୁ ନାଇଡୁ। ମମତାଙ୍କ ପାଖରେ ମାତ୍ର ୧୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି। ଯାହା ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ତୁଳନାରେ ସବୁଠୁ କମ୍‌। ସେ ଦେଶର ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ। ଏଡିଆର ଏବଂ ଜାତୀୟ ନିର୍ବାଚନ ବେଞ୍ଚର ଏକ ରିପୋର୍ଟରୁ ଏହି ସୂଚନା ମିଳିଛି। ୨୭ଟି ରାଜ୍ୟ ଏବଂ ତିନୋଟି କେନ୍ଦ୍ରସଶାସିତ ଅଂଚଳ ର ୩୦ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ରିପୋର୍ଟ ଅନୁସାରେ, ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁଙ୍କ ସମ୍ପତ୍ତି ପରିମାଣ ୩୨୨ କୋଟି ହୋଇଥିବାବେଳେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟାଙ୍କ ସମ୍ପତ୍ତି ୫୧ କୋଟି ବୋଲି ଜଣାପଡ଼ିଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ୧ କୋଟି ୯୭ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ