ଧାର୍ୟ୍ୟ ଲକ୍ଷ୍ୟ ଠାରୁ ରେକର୍ଡ଼ ପରିମାଣର ଅଧିକ ରବି ଧାନ ସଂଗ୍ରହ

ଭୁବନେଶ୍ୱର: ରବି ଧାନ ସଂଗ୍ରହ ୨୦୨୪-୨୫ ନେଇ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ ରବି ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି । ଆଜି ଏହି ସଂଗ୍ରହ ପ୍ରକ୍ରିୟାର ଅବଧି ଶେଷ ହେବାକୁ ଯାଉଛି । ଚଳିତ ବର୍ଷ ରବି ଧାନ ଫସଲ ପାଇଁ ଧାର୍ୟ୍ୟ ଲକ୍ଷ୍ୟ ୧୪ ଲକ୍ଷ ମେଟ୍ରିକ ଟନ ରହିଥିବାବେଳେ ଆଜି ସୁଦ୍ଧା ପ୍ରାୟ ୧୯ ଲକ୍ଷ୍ୟ ମେଟ୍ରିକ ଟନ ଧାନ ସଂଗ୍ରହ ହୋଇସାରିଛି । ଗତ ବର୍ଷ ୧୨ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ହୋଇଥିବାବେଳେ ଚଳିତ ଋତୁରେ ରେକର୍ଡ଼ ପରିମାଣର ଧାନ ସଂଗ୍ରହ ହୋଇଛି । ଓଡ଼ିଶା ଏକମାତ୍ର ରାଜ୍ୟ ଭାବେ ସମୃଦ୍ଧ କୃଷକ ଯୋଜନା ଅଧୀନରେ ଚାଷୀଙ୍କୁ ରବି ଧାନରେ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା (ଏମ୍ଏସପି ଓ ଇନପୁଟ ସହାୟତା ବାବଦରେ) ପ୍ରଦାନ କରୁଛି ।
ଧାନ କିଣା ପ୍ରକ୍ରିୟାରେ ସ୍ୱଚ୍ଛତା ଅବଲମ୍ବନ କରିବା ପାଇଁ ଏବଂ ଅନ୍ୟ ପଡୋଶୀ ରାଜ୍ୟରୁ ଆସୁଥିବା ଧାନକୁ ରୋକିବା ପାଇଁ ଚାଷୀଙ୍କ ଇ- କେୱାଇସି ବ୍ୟବସ୍ଥା ଲାଗୁ କରିବା ନିମନ୍ତେ ବୈଠକରେ ବିଚାର ବିମର୍ଶ ହୋଇଥିଲା । ଏହାଦ୍ବାରା ଆମ ରାଜ୍ୟ ପ୍ରକୃତ ହିତାଧିକାରୀ ଉପକୃତ ହୋଇପାରିବେ । ଏହା ବ୍ୟତୀତ ଆଗାମୀ ସମୟରେ ଧାନ କିଣା ନିମନ୍ତେ ନୂତନ ନୀତି ଆଣିବା ପାଇଁ ସରକାର ବିଚାର କରୁଛନ୍ତି ।

ସମ୍ପ୍ରତି ରାଜ୍ୟବାସୀଙ୍କ ନିଜସ୍ଵ ବିନିଯୋଗ ପାଇଁ ୨୭ ଲକ୍ଷ ମେଟ୍ରିକ ଟନର ଚାଉଳ ଆବଶ୍ୟକ ହୋଇଥାଏ । କିନ୍ତୁ ଆମ ରାଜ୍ୟ ଓଡ଼ିଶାରେ ଚଳିତ ବର୍ଷ ଖରିଫ ଓ ରବି ଧାନକୁ ମିଶାଇ ମୋଟ ୯୩ ଲକ୍ଷ ମେଟ୍ରିକ ଟନ ଧାନ ଉତ୍ପାଦନ ହୋଇଛି । ସେଥିରୁ ହାରାହାରି ୬୩ ଲକ୍ଷ ମେଟ୍ରିକ ଟନ ଚାଉଳ ପ୍ରସ୍ତୁତ ହେବ । ଯାହା ରାଜ୍ୟର ଚାହିଦା ଠାରୁ ଢ଼େର ଅଧିକ । ବଳକା ଚାଉଳର ସୁପରିଚାଳନା ପାଇଁ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଧାନର କଟା ଅଂଶ ଏବଂ ଭଙ୍ଗା ଚାଉଳକୁ ରାଜ୍ୟରେ ଥିବା ଇଥାନଲ ପ୍ଲାଣ୍ଟକୁ ଦିଆଯାଇ ସେଥିରୁ ୨ଜି ଇଥାନଲ ପ୍ରସ୍ତୁତ କରିବା ବ୍ୟବସ୍ଥା କରାଯାଇଛି ।

ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କ ସମେତ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା ପ୍ରମୁଖ ଉପସ୍ଥିତ ରହି ବିଭାଗୀୟ ସମୀକ୍ଷା କରିଥିଲେ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ, ପରିଚାଳନା ନିର୍ଦ୍ଦେଶକ ଯୋଗାଣ ନିଗମ ଶ୍ରୀ ସୁଦର୍ଶନ ଚକ୍ରବର୍ତ୍ତୀ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀବୃନ୍ଦ ବୈଠକରେ ଯୋଗଦେଇଥିଲେ ।

  • Related Posts

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ଭୁବନେଶ୍ୱର, ୦୮/୦୮: ଆଜି ଓଡ଼ିଶା ବିଧାନସଭାର ନୂତନ ୱବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି େୱବ୍‌ସାଇଟ୍‌କୁ ଉନ୍ମୋଚନ କରି ବାଚସ୍ପତି…

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ଭୁବନେଶ୍ଵର, ୦୮ / ୦୮: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ । ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ

    ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

    State-level workshop on Mental Health held in Bhubaneswar