ନବୀନ ବାବୁ ‘ଚୁପ୍‌ ସଇତାନ’: ସୌମ୍ୟ

ଭୁବନେଶ୍ବର: ରାଜ୍ୟସଭାରେ ୱକଫ୍ ବିଲ୍‌ ସମର୍ଥନରେ ବିଜେଡିର କେତେକ ସାଂସଦ ଭୋଟ୍ ଦେବା ପରେ ଏହାକୁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି। ଏନେଇ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ କହିଛନ୍ତି ଯେ କିଛି ଦିନ ହେଲା ଓଡ଼ିଶା ରାଜନୀତିରେ ଯାହା ସବୁ ଘଟୁଛି ତାହା ଦେଖି ଅମୋଦିତ ହେବା ଛଡ଼ା ଅନ୍ୟ ଗତି ନାହିଁ। ବିଶେଷକରି ନବୀନବାବୁଙ୍କ ଆଚରଣ ଓ ଉଚ୍ଚାରଣ ଆମକୁ ଅଧିକ ବ୍ୟଥିତ ଓ ବିବ୍ରତ କରୁଛି। ନବୀନବାବୁ ବେଶୀ କଥା କହନ୍ତି ନାହିଁ। ତେବେ ଯେତେବେଳେ ତାଙ୍କୁ ରାଜନୈତିକ ସହକର୍ମୀମାନେ ଧୋକା ଦିଅନ୍ତି, ସେ କ୍ଷୁବ୍ଧ ହୋଇ ଯେଉଁ ଭାଷା ବ୍ୟବହାର କରନ୍ତି ତାହା ହେଲା ‘ବେଇମାନ୍’। ଆଜି ‘ୱକଫ୍‌ ବିଲ୍‌’ ପ୍ରସଙ୍ଗରେ ବିଜେପିକୁ ସମର୍ଥନ ଦେବା ନ ଦେବା ନେଇ ତାଙ୍କ ଦଳର ନେତାମାନଙ୍କର ଆଚରଣ ଓ ଉଚ୍ଚାରଣରୁ ଆମେ କ’ଣ ବୁଝିବା? ନବୀନବାବୁଙ୍କୁ ଆମେ କେଉଁ ଭାଷାରେ ବର୍ଣ୍ଣନା କରିବା? ମୋତେ ଲାଗେ, ‘ଚୁପ୍ ସଇତାନ’ ଛଡ଼ା ଆଉ ଭଲ ଶବ୍ଦ ମିଳିବ ନାହିଁ।
ଦିନ ଥିଲା, ନବୀନବାବୁଙ୍କୁ ଓଡ଼ିଆମାନଙ୍କର ‘ହୃଦୟ ସମ୍ରାଟ’ ବୋଲି ତାଙ୍କର ତୋଷାମଦକାରୀମାନେ କହି ବୁଲୁଥିଲେ। ନବୀନବାବୁ ଏହାକୁ ନେଇ କ’ଣ ଭାବୁଥିଲେ ଜଣା ନାହିଁ। କିନ୍ତୁ ନିଶ୍ଚୟ ଉପଭୋଗ କରୁଥିବେ। ପିତାଙ୍କ ନାମରେ ଗଢ଼ିଥିବା ‘ବିଜୁ ଜନତା ଦଳ, ଓଡ଼ିଶାବାସୀଙ୍କ ବଳ’ ବୋଲି ସମସ୍ତେ କହୁଥିଲେ। ଆଜି କ’ଣ ହୋଇଛି ଯେ ଏତେ କଥା ଘଟି ଯାଉଛି, ଅଥଚ ସମ୍ରାଟ୍ ଚୁପ୍ ବସିଛନ୍ତି! ବିଜୁ ଜନତା ଦଳର ବଳ କେଉଁଠି ହଜିଗଲା ଯେ ସେ ଏକ ସ୍ଥିର ନିଷ୍ପତ୍ତି ନେଇ ପାରୁନାହାନ୍ତି? ଗୋଟିଏ ଦିନରେ ତିନି ଥର ଏ ପ୍ରସଙ୍ଗରେ ସେ ଭିନ୍ନ ଭିନ୍ନ ନିଷ୍ପତ୍ତି ନେଇଛନ୍ତି; ପୁଣି ଶେଷରେ ବିବେକ କଥା କହିଛନ୍ତି!
ଦଳର ବିବେକ କ’ଣ, ତାହା ସ୍ପଷ୍ଟ ଜଣାପଡ଼ୁନାହିଁ। ବିଭିନ୍ନ ଆଡୁ ଟଣାଓଟରା ହୋଇ, ବିବେକ ଦଂଶନ ଭୋଗିବା ଛଡ଼ା ଅନ୍ୟ ବାଟ ନାହିଁ। ଇଂରାଜୀରେ କଥା ଅଛି ‌‘ବେଟର ଲେଟ୍ ଦ୍ୟାନ୍‌ ନେଭର୍’। ଏବେବି ସମୟ ଅଛି, ଓଡ଼ିଶାର ସ୍ବାର୍ଥ ଓ ସ୍ବାଭିମାନକୁ ଅଗ୍ରାଧିକାର ଦେଇ ଏକ ଆଞ୍ଚଳିକ ଦଳ ଗଢ଼ିଥିବା ବନ୍ଧୁମାନେ ଓଡ଼ିଶାବାସୀଙ୍କୁ ଆଉ ଧୋକା ନ ଦିଅନ୍ତୁ। ମଣିଷ ମାତ୍ରେ ଭୁଲ୍ କରେ। ଭୁଲ୍‌କୁ ସ୍ବୀକାର କରି ଆଗେଇଯିବା ସୁପୁରୁଷର ଲକ୍ଷଣ। କିନ୍ତୁ ଭୁଲ୍‌କୁ ଜାଣିଶୁଣି ଠିକ୍ ବୋଲି ପ୍ରମାଣିତ କରିବା ପାଇଁ ବାହାସ୍ଫୋଟ ମାରୁଥିବା ନେତାମାନେ ଜାଣିବା ଦରକାର ଯେ ଏହା କାପୁରୁଷର ଲକ୍ଷଣ। ଆଜି ନହେଲେ ବି କାଲି, ଈଶ୍ୱର ଏଥିପାଇଁ ଉଚିତ ନ୍ୟାୟ କରିବେ।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ