ନବୀନ ହିଁ ମହାନଦୀ ସମସ୍ୟା ପାଇଁ ଦାୟୀ:ପୃଥ୍ୱୀରାଜ

ଭୁବନେଶ୍ୱର: ମହାନଦୀ ସ୍ଥିତି ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଁ ଦାୟୀ । ଶନିବାର ଏଭଳି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମହାନଦୀ ପ୍ରସଙ୍ଗରେ ନବୀନଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ମଧ୍ୟସ୍ଥତାକୁ ମନା କରି ନବୀନ ନାଟକୀୟ ଢ଼ଙ୍ଗରେ ମାଠିଆ ବାଡେ଼ଇଲେ । ରାଜ୍ୟର ସ୍ୱାର୍ଥ କଥା ସେବେ ଭୁଲିଯାଇଥିଲେ, ଏବେ ସବୁ ମନେ ପଡ଼ୁଛି । ତେବେ ରାଜ୍ୟ ବିଜେପି ସରକାର ରାଜ୍ୟର ସ୍ୱାର୍ଥ ପାଇଁ ଶେଷ ପର୍ଯ୍ୟନ୍ତ ଯାହା କରିବାର ଥିବ ତାହା କରିବ । ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସହଯୋଗ ବି ଅଛି । ମହାନଦୀ ଟ୍ରିବୁ୍ୟନାଲରେ ଅତୀତୀ ପୁନରାବୃତ୍ତି ଏ ସରକାର କରିବନି ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।

ପ୍ରକାଶ ଯେ ‘ମହାନଦୀ’ ଜଳବିବାଦର ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲ ପ୍ରାୟ ୮ମାସ ପରେ ପୁଣିଥରେ କାର୍ୟ୍ୟକ୍ଷମ ହେବ । ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ବେଲା ଏମ୍ ତ୍ରିବେଦୀଙ୍କୁ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ଗତ ମାର୍ଚ୍ଚ ୧୨ତାରିଖରେ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଜଷ୍ଟିସ ଏ.ଏମ.ଖାନୱାଲିକର ଇସ୍ତଫା ଦେବାପରେ ଏହି ଟ୍ରିବ୍ୟୁନାଲ ଠପ୍ ହୋଇ ପଡ଼ିରହିଥିଲା । ‘ଓଡ଼ିଶା ରିପୋର୍ଟର’ରେ ଖବର ପ୍ରକାଶିତ ହେବାପରେ ସରକାରୀସ୍ତରରେ ତତ୍ପରତା ବଢ଼ିଥିଲା ।

କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଜଷ୍ଟିସ ତ୍ରିବେଦୀଙ୍କୁ ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ଟ୍ରିବ୍ୟୁନାଲର ଅନ୍ୟ ଦୁଇ ସଦସ୍ୟ ଦୁଇ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରବିରଞ୍ଜନ ଓ ଜଷ୍ଟିସ ଇନ୍ଦରମିତ୍ କୌର କୋଚର ପୂର୍ବବତ କାର୍ୟ୍ୟ କରିବେ । ଏହି ଦୁଇ ସଦସ୍ୟ ଟ୍ରିବ୍ୟୁନାଲ ଆରମ୍ଭରୁ ରହିଛନ୍ତି ।ଉଲ୍ଲେଖଯୋଗ୍ୟ,ଶେଷଥର ପାଇଁ ଟ୍ରିବ୍ୟୁନାଲରେ ଶୁଣାଣି ୨୦୨୪ ଫେବୃୟାରୀ ୨୨ତାରିଖରେ ହୋଇଥିଲା । ଟ୍ରିବ୍ୟୁନାଲର ଏହି ୪୩ତମ ବୈଠକ ପରେ ମାର୍ଚ୍ଚ ୧୧ତାରିଖରେ ପ୍ରସ୍ତାବିତ ଶୁଣାଣି ହୋଇପାରିନଥିଲା ଓ ଯାହା ମାର୍ଚ୍ଚ ୨୭ତାରିଖକୁ ଧାର୍ୟ୍ୟ ହୋଇଥିଲା । କିନ୍ତୁ ଏହି ଅବଧି ମଧ୍ୟରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଜଷ୍ଟିସ ଖାନୱାଲିକର ଇସ୍ତଫା ଦେଇସାରିଥିବାରୁ ଆଉ ଶୁଣାଣି ସମ୍ଭବପର ହୋଇପାରିନାହିଁ । ଛତିଶଗଡ଼ ସହ ଜଳବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚ ୧୨ତାରିଖରେ ଜଷ୍ଟିସ ଖାନୱାଲିକରଙ୍କ ଅଧ୍ୟକ୍ଷତାରେ ଟ୍ରିବ୍ୟୁନାଲ ଗଠନ କରିଥିଲେ । ମହାନଦୀ ଟ୍ରିବ୍ୟୁନାଲର ଅବଧିକୁ କେନ୍ଦ୍ର ସରକାର ମଧ୍ୟ ୨୦୨୬ ଏପ୍ରିଲ ୧୩ତାରିଖ ପର୍ୟ୍ୟନ୍ତ ବର୍ଦ୍ଧିତ କରିସାରିଛନ୍ତି । ଟେକିନିକାଲ ଦୃଷ୍ଟିରୁ ଟ୍ରିବ୍ୟୁନାଲରେ ୩ଜଣ ସଦସ୍ୟ ରହିବା ଜରୁରୀ । ତେଣୁ ମହାନଦୀ ଜଳବିବାଦ ଉପରେ କୌଣସି ଶୁଣାଣି ହୋଇପାରିନାହିଁ ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ