ନବୀନଙ୍କ ଗୁରୁମନ୍ତ୍ର : ସଂସଦରେ ଓଡ଼ିଶା ଏବଂ ଓଡ଼ିଆ ଲୋକଙ୍କର ଦୃଢ଼ ସ୍ୱର ହୁଅ

ଭୁବନେଶ୍ବର : ଓଡ଼ିଶାର ସାଢେ ଚାରି କୋଟି ଲୋକଙ୍କ ଅଧିକାର ଏବଂ ମର୍ୟ୍ୟାଦା ପାଇଁ ଲଢେଇ କର। ସଂସଦରେ ଓଡ଼ିଶା ଏବଂ ଓଡ଼ିଆ ଲୋକଙ୍କର ଦୃଢ଼ ସ୍ୱର ହୁଅ, ଏପରି କହି ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡିର ସାଂସଦଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ନବୀନ ପଟ୍ଟନାୟକ।
ଆଗାମୀ ଜାନୁଆରୀ ୩୧ରେ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଏହା ପୂର୍ବରୁ ନବୀନ ନିବାସରେ ବିଜୁ ଜନତା ଦଳ ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେଉଥିବା ବୈଠକରେ ବିଜେଡିର ସମସ୍ତ ସାତ ଜଣ ରାଜ୍ୟସଭା ସାଂସଦ ଉପସ୍ଥିତ ଥିଲେ। ବୈଠକରେ ସଂସଦରେ ଦଳର ଆଗାମୀ ରଣନୀତି ସମ୍ପର୍କରେ ଆଲୋଚନା ହେବା ସହ ବଜେଟ୍‌ ଅଧିବେଶନ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଦଳର ସାଂସଦମାନେ ରାଜ୍ୟ ସ୍ୱାର୍ଥ ସମ୍ପର୍କରେ ପ୍ରଭାବୀ ପ୍ରଦର୍ଶନ କରିବା ନେଇ ସୁପ୍ରିମୋ ପରାମର୍ଶ ଦେଇଛନ୍ତି।

ବୈଠକରେ ଅଧ୍ୟକ୍ଷତା କରି ନବୀନ ପଟ୍ଟନାୟକ ଦଳୀୟ ସାଂସଦମାନଙ୍କୁ ସଂସଦରେ ଓଡ଼ିଶା ଏବଂ ଓଡ଼ିଆଙ୍କ ସ୍ୱର ହେବାକୁ କହିଥିଲେ। ନବୀନ କହିଥିଲେ ଯେ ପ୍ରତ୍ୟେକ ସାଂସଦ ଓଡ଼ିଶାର ସାଢେ ଚାରି କୋଟି ଲୋକଙ୍କ ଅଧିକାର ଏବଂ ମର୍ୟ୍ୟାଦା ପାଇଁ ଲଢ଼ିବା ନେଇ ପରାମର୍ଶ ଦେଇଥିଲେ।

ଚଳିତ ବଜେଟ ଅଧିବେଶନରେ ପ୍ରାକୃତିକ ବିପର୍ୟ୍ୟୟ ପ୍ରଭାବିତ ଓଡ଼ିଶାକୁ ସ୍ୱତନ୍ତ୍ର ପାହ୍ୟା ପ୍ରଦାନଠୁ ଆରମ୍ଭ କରି କୋଇଲା ରାଜଭାଗ ବୃଦ୍ଧି, ଦରଦାମ ଏବଂ ମୁଦ୍ରାସ୍ଫୀତି ବୃଦ୍ଧି, ଚାଷୀ ଏବଂ କୃଷକମାରଣ ନୀତି, ପୋଲାଭରମ୍‌, ମହାନଦୀ, ଆଦିବାସୀଙ୍କ ବର୍ଗଙ୍କୁ ସ୍ୱୀକୃତି, ଆଦିବାସୀଙ୍କ ଭାଷାକୁ ସ୍ୱତନ୍ତ୍ର ଅନୁଚ୍ଛେଦରେ ସ୍ଥାନ ଦେବା, କେନ୍ଦୁ ପତ୍ର ଉପରେ ଜିଏସଟି ପ୍ରତ୍ୟାହାର, ରେଳ ସଂଯୋଗୀକରଣ, ମୋବାଇଲ୍ ଏବଂ ଡିଜିଟାଲ୍ ସଂଯୋଗ, କ୍ୟାପିଟାଲ ରିଂ ରୋଡ଼, ଉପକୂଳ ରାଜପଥ, ଜାତୀୟ ରାଜପଥ, ଜାତୀୟ ଜଳପଥ ସମ୍ପର୍କରେ କେନ୍ଦ୍ରୀୟ ଅବହେଳା ଆଦି ପ୍ରସଙ୍ଗ ଉପରେ ବିଜେଡି କେନ୍ଦ୍ର ସରକାରଙ୍କୁ ଘେରିବ ବୋଲି ଜଣାପଡିଛି।

  • Related Posts

    କୋଟିଆ ବିବାଦ ପ୍ରସଙ୍ଗ : ଆଇନଗତ ଓ ପ୍ରଶାସନିକ ପଦକ୍ଷେପକୁ ରାଜସ୍ୱ ମନ୍ତ୍ରୀଙ୍କ ଗୁରୁତ୍ୱ

    ଭୁବନେଶ୍ୱର : କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ କୋଟିଆ ଅଞ୍ଚଳରେ ଦୀର୍ଘକାଳୀନ ବିବାଦର ଶୀଘ୍ର ଓ ସ୍ଥାୟୀ ସମାଧାନ ନିମନ୍ତେ ରାଜ୍ୟ ସରକାର ଆବଶ୍ୟକ ସମସ୍ତ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…

    Continue reading
    ଶାହଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଜନ୍ମଦିନରେ ଛୁଟୁଛି ପ୍ରଂଶସାର ସୁଅ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖିଛନ୍ତି କି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସମର୍ପଣ ଏବଂ ଦୃଢ଼ ନିଷ୍ଠା ସହିତ ରାଷ୍ଟ୍ର ସେବା କରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି