ନବୀନଙ୍କ ସହ କଥା ହେଲେ ମୋଦି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନବୀନ ପଟ୍ଟନାୟକଙ୍କୁ ଫୋନ କରିଛନ୍ତି। ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିଛନ୍ତି ପ୍ରଧାନମନ୍ତ୍ରୀ। ଆଶୁ ଆରୋଗ୍ୟ କାମନା ସହ ନୂଆଦିଲ୍ଲୀ ଆସି ଭେଟିବା ଲାଗି ନବୀନଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ। ଉଭୟ ତୁଙ୍ଗ ନେତାଙ୍କ ମଧ୍ୟରେ ସୌଜନ୍ୟମୂଳକ ଆଲୋଚନା ହୋଇଥିବା କୁହାଯାଉଛି। ଅନ୍ୟ ପକ୍ଷରେ ନବୀନ ଆଜି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି।ଦୀର୍ଘ ଦିନ ବ୍ୟବଧାନ ପରେ କଥା ହୋଇଛନ୍ତି ଦେଶର ଦୁଇ ତୁଙ୍ଗ ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଛନ୍ତି। ଉଭୟ ନେତା ଟେଲିଫୋନରେ କଥାବାର୍ତ୍ତା ହୋଇଛନ୍ତି। ପ୍ରାୟ ୧୦ ମିନିଟ ଉଭୟ ନେତା ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ସ୍ୱାସ୍ଥ୍ୟାବସ୍ଥା ଖରାପ ଥିବାରୁ ନବୀନଙ୍କୁ ଫୋନ କରି କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ। ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପ୍ରଧାନମନ୍ତ୍ରୀ ପଚାରି ବୁଝିଛନ୍ତି। ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ନରେନ୍ଦ୍ର। ସେହିପରି କିଛି ଦିନ ସାମାଜିକ ଜୀବନରୁ ଦୁରେଇ ଆରାମ କରିବାକୁ ନବୀନଙ୍କୁ, ମୋଦି ପରାମର୍ଶ ଦେଇଛନ୍ତି। ଏପରିକି ସୁସ୍ଥ ହେବା ପରେ ନୂଆଦିଲ୍ଲୀ ଆସି ଭେଟିବା ପାଇଁ ନବୀନଙ୍କୁ କହିଛନ୍ତି ମୋଦି। ଏନେଇ ବିରୋଧୀ ଦଳ ନେତାଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ଦେଶର ଦୁଇ ଶୀର୍ଷ ନେତାଙ୍କ ମଧ୍ୟରେ ଏହା ସମ୍ପୂର୍ଣ୍ଣ ସୌଜନ୍ୟମୂଳକ ଆଲୋଚନା ବୋଲି କୁହାଯାଉଛି। କିନ୍ତୁ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନାକୁ ରାଜନୈତିକ ପ୍ରସଙ୍ଗରେ ଯୋଡ଼ା ହେବା ସ୍ୱାଭାବିକ କଥା।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ