ନବୀନଙ୍କୁ ଟପିଲେ ମୋହନ

ଭୁବନେଶ୍ବର: ନିବେଶ ସଂଗ୍ରହରେ ସରକାରଙ୍କ ପୂର୍ବ ନିର୍ଦ୍ଧାରିତ ଆକଳନକୁ ପଛରେ ପକାଇଲା ‘ଉତ୍କର୍ଷ ଓଡିଶା ନିବେଶ ସମ୍ମିଳନୀ’ । ରାଜ୍ୟ ସରକାର ବିଭିନ୍ନ କ୍ଷେତ୍ରରେ ୫ ଲକ୍ଷ କୋଟିର ପୁଞ୍ଜି ନିବେଶର ଲକ୍ଷ୍ୟ ରଖିଥିବା ବେଳେ ପ୍ରାୟ ୧୩ ଲକ୍ଷରେ ପହଞ୍ଚିଛି ଏହି ରାଶି । ଉଦଯାପିତ ହୋଇଛି ୨ଦିନିଆ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡିଶା, ମେକ ଇନ ଓଡିଶା କନକ୍ଲେଭ-୨୦୨୫’ । ଦୁଇଦିନରେ ବିଭିନ୍ନ ପ୍ରତିଷ୍ଠିତ ଶିଳ୍ପ ସମୂହ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଶିଳ୍ପ ପ୍ରତିଷ୍ଠା ପାଇଁ ମୋଟ ୧୨.୮୯ ଲକ୍ଷ କୋଟି ମୂଲ୍ୟରେ ୧୪୫ଟି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି । କାର୍ୟ୍ୟକ୍ରମର ଶେଷ ସଂଧ୍ୟାରେ ପ୍ରେସମିଟ୍‌ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେବା ସହ ସମ୍ମିଳନୀକୁ ସମ୍ପୂର୍ଣ୍ଣ ସଫଳ ବୋଲି ଦର୍ଶାଇଛନ୍ତି ।

‘ଉତ୍କର୍ଷ ଓଡିଶା-ମେକ ଇନ ଓଡିଶା କନକ୍ଲେଭ-୨୦୨୫’ରେ ଆସିଥିବା ନିବେଶ ପ୍ରସ୍ତାବରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାରଙ୍କୁ ଟପିଛନ୍ତି ମୋହନ ମାଝୀ ସରକାର । ପୂର୍ବ ୩ ଶିଳ୍ପ ମହାକୁମ୍ଭରେ ପ୍ରାୟ ୧୬ ଲକ୍ଷ ନିବେଶ ପ୍ରସ୍ତାବ ଆସିଥିଲା । କିନ୍ତୁ ମୋହନ ସରକାରର ପ୍ରଥମ ସମ୍ମିଳନୀରେ ୨୦ଟି କ୍ଷେତ୍ରରେ ୫୯୩ଟି ପ୍ରକଳ୍ପ ପାଇଁ ମୋଟ ୧୬.୭୩ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ପ୍ରସ୍ତାବ ଆସିଛି । ଏହା ଦ୍ୱାରା ୧୨.୮୮ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,”ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ ଇନ ଓଡିଶା କନକ୍ଲେଭ ୨୦୨୫ ଆମ ପାଇଁ ଅପାର ସଫଳତା ଆଣିଛି । ଏଥିରେ ସାରା ବିଶ୍ୱର ଅନେକ ଶିଳ୍ପପତି, ବିଜନେସ ଡେଲିଗେଟ୍ସ, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାର୍ୟ୍ୟକ୍ରମକୁ ଉଦଘାଟନ କରିଛନ୍ତି । ଓଡିଶା ପ୍ରତି ତାଙ୍କର ସମର୍ଥନ ଜଣାଇଛନ୍ତି । ଓଡିଶା ହେଉଛି ବର୍ତ୍ତମାନ ପାଇଁ ସର୍ବୋତ୍ତମ ସୁଯୋଗର ଭୂମି ବୋଲି ଶିଳ୍ପ ଜଗତକୁ ବାର୍ତ୍ତା ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଏହି ବାର୍ତ୍ତା ଓଡିଶାରେ ପୁଞ୍ଜିନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିଛି । ପ୍ରଧାନମନ୍ତ୍ରୀ ନିଜେ ଉପସ୍ଥିତ ରହି ଓଡିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି -‘ମୋଦୀ ଗ୍ୟାରେଣ୍ଟି’ ଦେଇଛନ୍ତି । ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ କରିବା ଓ ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡିଶାକୁ ଏକ ଗ୍ରୋଥ ଇଞ୍ଜିନ କରିବା ପାଇଁ ସେ ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେଇଛନ୍ତି । ଡବଲ ଇଞ୍ଜିନ ସରକାରରେ ତାଙ୍କର ଯାହା ଭୂମିକା ରହିବା କଥା ତାକୁ ସେ ସମ୍ପୂର୍ଣ୍ଣ ଭାବେ ନିର୍ବାହ କରିଛନ୍ତି । ଏହାଦ୍ୱାରା ଦେଶର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବା ପାଇଁ ଆମର ଯେଉଁ ସଂକଳ୍ପ ରହିଛି, ଆମେ ତାହାର ନିକଟତର ହୋଇପାରିଛୁ ।’’

  • Related Posts

    କୋଟିଆ ବିବାଦ ପ୍ରସଙ୍ଗ : ଆଇନଗତ ଓ ପ୍ରଶାସନିକ ପଦକ୍ଷେପକୁ ରାଜସ୍ୱ ମନ୍ତ୍ରୀଙ୍କ ଗୁରୁତ୍ୱ

    ଭୁବନେଶ୍ୱର : କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ କୋଟିଆ ଅଞ୍ଚଳରେ ଦୀର୍ଘକାଳୀନ ବିବାଦର ଶୀଘ୍ର ଓ ସ୍ଥାୟୀ ସମାଧାନ ନିମନ୍ତେ ରାଜ୍ୟ ସରକାର ଆବଶ୍ୟକ ସମସ୍ତ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…

    Continue reading
    ଶାହଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଜନ୍ମଦିନରେ ଛୁଟୁଛି ପ୍ରଂଶସାର ସୁଅ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖିଛନ୍ତି କି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସମର୍ପଣ ଏବଂ ଦୃଢ଼ ନିଷ୍ଠା ସହିତ ରାଷ୍ଟ୍ର ସେବା କରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି