
ଦେବଗଡ:ନାବାଳିକାକୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିଥିବା ନେଇ ବାରକୋଟ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଉକ୍ତ ଘଟଣାରେ ଆଜି ପୁଲିସ ବାରକୋଟ ଥାନାର ଚାନ୍ଦିପସୀ ଗ୍ରାମର ବିଜୟ ଧିବରକୁ ଗିରଫ କରି କୋର୍ଟ ଚାଲାଣ କରିଛି। କିନ୍ତୁ ଜାମିନ ନାମାଞ୍ଜୁର ହେବାରୁ ତାକୁ ଜେଲ ହାଜତକୁ ପଠାଇଦିଆଯାଇଛି।








