ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ

ପିପିଲି: ପିପିଲି ନିକଟ ବଳଙ୍ଗା ଥାନା ବାୟାବର ଗାଁରେ ଘଟିଥିବା ଅଭାବନୀୟ ଘଟଣାରେ ନାବାଳିକାଙ୍କ ଶରୀର ୭୦ପ୍ରତିଶତ ଜଳି ଯାଇଥିବା ଏମ୍ସ ପକ୍ଷରୁ କୁହାଯାଇଛି । ଭୁବନେଶ୍ୱର ଏମ୍ସର ଟ୍ରମା କେୟାରରୁ ବର୍ଣ୍ଣ ୟୁନିଟକୁ ସ୍ଥାନାନ୍ତରିତ ହୋଇଛନ୍ତି ନାବାଳିକା । ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କୁ ଚିକିତ୍ସା କରୁଛନ୍ତି । ତେବେ ଆଜି ସକାଳୁ ଗାଁ ପାଖ ନଦୀ ପଠାକୁ କିଛିଚ ଦୁର୍ବୃତ୍ତ ନାବାଳିକାଙ୍କୁ ଉଠାଇ ନେଇ ପେଟ୍ରୋଲ ଢାଳି ପୋଡି ଦେବାକୁ ଚେଷ୍ଟା କରିଥିଲେ । ଏହି ସମୟରେ କୌଣସି ମତେ ନାବାଳିକା ଜଣଙ୍କ ଖସି ଆସିଥିଲେ । ଗ୍ରାମବାସୀମାନେ ନାବାଳିକାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିବା ପରେ ସେଠାରୁ ଭୁବନେଶ୍ୱରକୁ ସ୍ଥାନାନ୍ତର ହୋଇଛନ୍ତି ।
ଘଟଣାସ୍ଥଳରେ ପୁରୀ ଏସପି ପିନାକ ମିଶ୍ର ପହଞ୍ଚି ତଦାରଖ କରିଛନ୍ତି । ଏସପି କହିଛନ୍ତି ଘଟଣାରେ ସ୍ପେଶାଲ ଟିମ୍‍ ଗଠନ କରାଯାଇ ତଦନ୍ତ ଆରମ୍ଭ ହୋଇଛି । ସମ୍ବେଦନଶୀଳ ଓ ସ୍ପର୍ଶକାତର ବିଷୟ, ଗୁରୁତର ସହ ନିଆଯାଇଛି । କାହାରିକୁ ଅଟକ ରଖାଯାଇନାହିଁ, କେବଳ କିଛି ଲୋକଙ୍କୁ ପଚରାଉଚରା କରାଯାଇଛି । ଫୋରେନସିକ ଟିମ୍‍ ମଧ୍ୟ ପହଞ୍ଚି ଯାଞ୍ଚ କରୁଛନ୍ତି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ