ନାମାଙ୍କନ ଦାଖଲ କଲେ ଇଣ୍ଡିମେଣ୍ଟର ପ୍ରାର୍ଥୀ ବି. ସୁଦର୍ଶନ

ନୂଆଦିଲ୍ଲୀ: ନାମାଙ୍କନ ଦାଖଲ କଲେ ଇଣ୍ଡିମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡି । ନାମାଙ୍କନ ଦାଖଲର ଶେଷ ଦିନରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । କଂଗ୍ରେସ ସାଂସଦ ପ୍ରସ୍ତାବକ ରହିଥିଲେ । ଏହା ସହ ଇଣ୍ଡି ମେଣ୍ଟର ଅନ୍ୟ ସାଂସଦମାନେ ମଧ୍ୟ ପ୍ରସ୍ତାବକ ରହିଥିଲେ । ସୋନିଆ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ସମେତ ଅନେକ ବରିଷ୍ଠ ନେତା ନାମାଙ୍କନ ବେଳେ ଉପସ୍ଥିତ ଥିଲେ । ଇଣ୍ଡିମେଣ୍ଟ ପକ୍ଷରୁ ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରାଯାଇଛି ।ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ବୁଧବାର ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ ନାମାଙ୍କନ ଦାଖଲ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ବିଜେପି ଭେଟେରାନ୍ ତଥା ରାଜ୍ୟପାଳ ବନାମ୍ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି । ତାମିଲନାଡ଼ୁର ରାଧାକ୍ରିଷ୍ଣନ୍ ଙ୍କୁ ଟକ୍କର ଦେବେ ତେଲେଙ୍ଗାନାର ସୁଦର୍ଶନ । ଉପରାଷ୍ଟ୍ରପତି ନିର୍ବାଚନୀ ମୈଦାନରେ ୨ ଦକ୍ଷିଣ ଭାରତୀୟ ହେଭିୱେଟ୍ । ସାଉଥ୍ କ୍ୟାଣ୍ଡିଡେଟ୍ ଦେଇ NDA ଚାଲ୍ କୁ କାଉଣ୍ଟର ପାଇଁ ଇଣ୍ଡିର ଉଦ୍ୟମ ।
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ NDA ପ୍ରାର୍ଥୀ ଘୋଷଣା କରିବା ଦିନକ ପରେ, ନିଜ କାର୍ଡ ଖେଳିଛି ଇଣ୍ଡି ମେଣ୍ଟ। ତାମିଲନାଡ଼ୁ ତିରୁପତିର ସି.ପି. ରାଧାକ୍ରିଷ୍ଣନଙ୍କୁ NDA ପ୍ରାର୍ଥୀ କରିବା ପରେ, ସେଇ ଦକ୍ଷିଣ ଭାରତରୁ ନିର୍ଦ୍ଦଳୀୟ ଚେହେରା ଜଷ୍ଟିସ୍ ବି. ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କରିଛି ଇଣ୍ଡି। କଂଗ୍ରେସ, ଡିଏମକେ, ଟିଏମସି ସମେତ ଇଣ୍ଡି ମେଣ୍ଟର ନେତା ଏକାଠି ଭାବେ ପ୍ରେସମିଟ୍ କରି ଏହି ସୂଚନା ଦେଇଛନ୍ତି। ତେଲେଙ୍ଗାନା ରଙ୍ଗାରେଡ୍ଡୀ ଜିଲ୍ଲାରେ ୧୯୪୬ ଜୁଲାଇ ୮ରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ୍ ବି. ସୁଦର୍ଶନ ରେଡ୍ଡୀ।

  • Related Posts

    ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

    ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

    Continue reading
    ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

    ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ