ନିର୍ଦ୍ବନ୍ଦ୍ବରେ ରାଜ୍ୟସଭା ଯିବେ ସୁଜିତ

ଭୁବନେଶ୍ୱର: ମମତା ମହାନ୍ତ ଏବଂ ସୁଜିତ କୁମାରଙ୍କ ପରେ ବିଜେପିରେ ସାମିଲ ହେବାକୁ କିଏ ଅଛନ୍ତି ରେସରେ ? ରାଜ୍ୟରେ ଦଳବଦଳ ରାଜନୀତି ଜୋର ଧରିଥିବାବେଳେ ମମତା ମହାନ୍ତଙ୍କ ପରେ ସୁଜିତ କୁମାର ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି । ଏକମାତ୍ର ପ୍ରାର୍ଥୀ ଭାବେ ସୁଜିତ କୁମାର ନାମାଙ୍କନ ଭରିଥିବାବେଳେ ସେ ରାଜ୍ୟସଭାକୁ ଯିବା ଏକ ପ୍ରକାର ସ୍ପଷ୍ଟ ହୋଇଛି । ଏହା ମଧ୍ୟରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ବିଧାୟକ ସରୋଜ ପାଢୀ ।
ସରୋଜ ପାଢୀ କହିଛନ୍ତି, ” ଆଗକୁ ଦେଖ କ’ଣ ହେଉଛି । ମୁଁ ଆଗରୁ କହିଥିଲି ମମତାଙ୍କ ପରେ ବହୁତ ଜଲଦି ଆଉ ଜଣେ ଆସିବେ, ସୁଜିତ କୁମାର ଆସିଲେ। ତାପରେ ବହୁତ ଆସିବେ ବିଜେପିରେ ସାମିଲ ହେବେ । ସେମିତି କହିବାକୁ ଗଲେ ବିଜେଡିର ବିଧାୟକମାନେ ଜାଣି ସାରିଲେଣି ଆଉ ବିଜେଡିର କିଛି ନାହିଁ । ଆମ ନେତାମାନେ ବିଜେପିକୁ ପଳେଇ ଗଲେଣି । ସେମାନେ ଜାଣିଛନ୍ତି ବିଜେପି ଏକ ସୁରକ୍ଷିତ ଦଳ । ଯେଉଁଥିରେ ଗଲେ ସେମାନେ ସୁରକ୍ଷିତ ରହିବେ । ସେଥିପାଇଁ ସେମାନେ ଚାହୁଁଛନ୍ତି ବିଜେପିକୁ ଆସିବା ପାଇଁ । ରାଜ୍ୟରେ ଆଉ ବିଜେଡି ରହିବ ନାହିଁ । ତାଙ୍କ ଦଳ ନିଶ୍ଚିତ ନୁହେଁ ବୋଲି ତାଙ୍କ ଦଳର ଅମର ଶତପଥୀ କହିଥିଲେ । ତାଙ୍କ ଦଳରେ ଆଉ କେହି ନିଶ୍ଚିତ ନୁହନ୍ତି । ସେଥିପାଇଁ ବହୁ ନେତା ଦଳ ଛାଡୁଛନ୍ତି ।”

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ