
ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ନିଶା ନିବାରଣ ଓ ନିଶା ମୁକ୍ତ ଭାରତ ଅଭିଯାନ ପାଇଁ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କବୀନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନିଶା ନିବାରଣ ଓ ନିଶା ମୁକ୍ତ ଭାରତ ଅଭିଯାନ ପାଇଁ ଜିଲ୍ଲାପାଳ ଶ୍ରୀ ସାହୁ ଅଧିକରୀ ଓ କର୍ମଚାରୀ ଓ ଅଧିକାରୀମାନଙ୍କୁ ଶପଥ ପାଠ କରାଇଥିଲେ। ଏଥିରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ,ଡେପୁଟି କଲେକ୍ଟର ଲକ୍ଷ୍ମଣ ଅମାତ୍,ଅବକାରୀ ଅଧୀକ୍ଷକ ବାସନ୍ତୀ ପ୍ରଭା ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନୀଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।








