ନୂଆ ନିୟମ: ସନ୍ଧ୍ୟା ପରେ ବାହାରକୁ ବାହାରିବେନି ରେଭେନ୍ସା ଛାତ୍ରଛାତ୍ରୀ

କଟକ: ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ପରେ ମହିଳା ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉଛି । ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରୀ ଓ ମହିଳା କର୍ମଚାରୀଙ୍କ ସୁରକ୍ଷାକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଉଛି । ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରେଭେନ୍ସା ବିଶ୍ଵବିଦ୍ୟାଳୟ ପକ୍ଷରୁ ନୂଆ ନିଷ୍ପତ୍ତି ନିଆଯାଇଛି ।

ଅପରାହ୍ନ ସାଢ଼େ ୫ଟା ପରେ କୌଣସି ମହିଳା କର୍ମଚାରୀ କିମ୍ବା ରିସର୍ଚ୍ଚର ଅଫିସରେ କାମ କରିବେ ନାହିଁ । ଅତି ଜରୁରୀ ସ୍ଥିତିରେ ବିଭାଗୀୟ ମୁଖ୍ୟଙ୍କ ଅନୁମତି ନେଇ କାମ କରିପାରିବେ । ଗୁରୁବାର ରେଭେନ୍ସା ଆଣ୍ଟି ରାଗିଂ କମିଟିର ବୈଠକରେ ଏଭଳି ନିଷ୍ପତି ହୋଇଛି । ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ଆଣ୍ଟି ରାଗିଂ କମିଟି, ଆଣ୍ଟି ରାଗିଂ ସ୍କ୍ୱାର୍ଡ, ଆଣ୍ଟି ରାଗିଂ ସେଲ୍‌ ରହିବ । ନୂଆ ନିୟମ ଅନୁଯାୟୀ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ସନ୍ଧ୍ୟା ୫.୩୦ ପରେ ମହିଳା କର୍ମଚାରୀ ଓ ଛାତ୍ରୀ କେହି ଯାଇ ପାରିବେନି କ୍ୟାମ୍ପସ ବାହାରକୁ ।

ନୂତନ ଏସ୍‌ଓପି ନ ଆସିବା ଯାଏଁ ଏହି ଗାଇଡ ଲାଇନ ମାନିବାକୁ ନିର୍ଦ୍ଦେଶ । ନିର୍ଦ୍ଦେଶନାମା ଜାରି କଲେ ରେଭେନ୍ସା ବିଶ୍ଵବିଦ୍ୟାଳୟ ରେଜିଷ୍ଟର। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା ସରକାର ଏବେ ଆଲର୍ଟ ମୋଡରେ । ବିଶେଷ କରି ମହିଳାଙ୍କ ସୁରକ୍ଷାକୁ ଦିଆଯାଇଛି ଗୁରୁତ୍ୱ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ