ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ବର: ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି। ୨ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ନୂଆଦିଲ୍ଲୀ ଫେରି ଯାଇଛନ୍ତି। ସକାଳ ୯ଟା ସମୟରେ ରାଷ୍ଟ୍ରପତି ରାଜଭବନରୁ ବାହାରି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ।
ସୂଚନାଯୋଗ୍ୟ, ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶରେ ପହଞ୍ଚିଥିଲେ। ଛତିଶଗଡ଼ ରାୟପୁରର ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ସେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ବାୟୁସେନା ବିମାନ ଯୋଗେ ରାଷ୍ଟ୍ରପତି କଣ୍ଟିଲୋ ନୀଳମାଧବ ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ। କଣ୍ଟିଲୋସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ ନେବା ପରେ ଅପରାହ୍ଣ ୩ଟା ୫ ମିନିଟରେ ନୀଳମାଧବ ମନ୍ଦିର ଦର୍ଶନ କରିଥିଲେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମନ୍ଦିରକୁ ଫୁଲରେ ସୁସଜ୍ଜିତ କରାଯିବାସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ଏହାପରେ ନୟାଗଡ଼ର କାଳିଆପଲ୍ଲୀଠାରେ ଭାରତୀୟ ବିଶ୍ବାବସୁ ସମ୍ପ୍ରଦାୟର ମହାଯଜ୍ଞରେ ସାମିଲ ହୋଇଥିଲେ ରାଷ୍ଟ୍ରପତି। କାର୍ୟ୍ୟକ୍ରମ ସାରି ସେ ଭୁବନେଶ୍ଵର ଫେରି ଆସିଥିଲେ ଏବଂ ରାଜଭବନରେ ରାତ୍ରୀଯାପନ କରିଥିଲେ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ