ନୂଆଦିଲ୍ଲୀର ନୂତନ ଓଡ଼ିଶା ଭବନ ନିର୍ମାଣ କାର୍ୟ୍ୟ ସମ୍ପର୍କରେ ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ନୂଆଦିଲ୍ଲୀର ନୂତନ ଓଡ଼ିଶା ଭବନ ନିର୍ମାଣ କାର୍ୟ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ଏହି ନୂଆ ଭବନରେ ଓଡ଼ିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ୟ୍ୟ, ସମ୍ବଲପୁରୀ ଇକତ, ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟଙ୍କୁ ପରାମର୍ଶ ଦେଇଥିଲେ। ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ବୈଠକରୁ ଜଣାଯାଇଛି ଯେ, ସମୁଦାୟ ୪,୭୬୧ ବର୍ଗ ମିଟର ନିର୍ମାଣ ଅଞ୍ଚଳରେ ଏହି ୭ ମହଲା ଭବନ ନିର୍ମାଣ କରାଯିବ ଏବଂ ଏଥିରେ ସମୁଦାୟ ୪୫ଟି ବିଭିନ୍ନ ବର୍ଗର ସୁଇଟ୍ ଉପଲବ୍ଧ ହେବ । ଭବନରେ ଏକ ସମ୍ମିଳନୀ କକ୍ଷର ମଧ୍ୟ ବ୍ୟବସ୍ଥା କରାଯାଇଛି।ସେହିଭଳି ମୁମ୍ବାଇକୁ ଯେହେତୁ ଓଡିଶାରୁ ଅଧିକ ସଂଖ୍ୟକ କ୍ୟାନସର ରୋଗୀ ଚିକିତ୍ସିତ ହେବାକୁ ଯାଉଛନ୍ତି, ତେଣୁ ମୁମ୍ବାଇ ଓଡ଼ିଶା ଭବନରେ ଅଧିକ କୋଠରୀ ବ୍ୟବସ୍ଥା କରିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡ଼ିଶାରୁ ଅଯୋଧ୍ୟାକୁ ଅଧିକ ସଂଖ୍ୟକ ଶ୍ରଦ୍ଧାଳୁ ଯାଉଥିବାରୁ ଏବଂ ହାଇଦ୍ରାବାଦ ଓ ସୁରଟରେ ବହୁଳ ଭାବେ ଓଡ଼ିଆ ଲୋକ ରହୁଥିବାରୁ ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ଓଡ଼ିଶା ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ କୋଲକତା ଉତ୍କଳ ଭବନର ମରାମତି ଓ ନବୀକରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି।ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ ମିଶ୍ର ଓ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ