ନୂଆପଡ଼ା ଉପନିର୍ବାଚନରେ ରେକର୍ଡ: ୮୧.୯୪% ମତଦାନ

ନୂଆପଡ଼ା: ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନରେ ୮୧.୯୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍‌, ଗୋପାଳନ୍।
ଗତକାଲି ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନରେ ଶାନ୍ତିପୂର୍ଣ୍ଣ ମତଦାନ ଶେଷ ହୋଇଥିଲା। ଏଠାରେ ୭୯.୦୨ ପ୍ରତିଶତ ମତଦାନ ହୋଇଥିବା କୁହାଯାଇଥିଲା। ୨୦୨୪ ସାଧାରଣ ନିର୍ବାଚନ ତୁଳନାରେ ଭୋଟ୍‌ ହାର ବଢ଼ିଛି। ମଙ୍ଗଳବାର ମତଦାନ ଆରମ୍ଭ ପୂର୍ବରୁ ସକାଳ ୭ଟାରୁ କରାଯାଇଥିବା ମକ୍ ପୋଲ୍‌ ସମୟରେ ଯାନ୍ତ୍ରିକ ତ୍ରୁଟି ଜଣାପଡ଼ିଥିଲା। ଫଳରେ ତିନିଟି ବାଲଟ୍ ୟୁନିଟ୍, ତିନିଟି କଣ୍ଟ୍ରୋଲ ୟୁନିଟ୍‌କୁ ତୁରନ୍ତ ବଦଳା ଯାଇଥିଲା। ସେହିପରି ଖରିଆର ରୋଡ୍‌ ଏନ୍‌ଏସି ମଙ୍ଗରାପାଲି ବୁଥ୍‌ ନମ୍ବର ୭୬ରେ ରିପୋର୍ଟ ହୋଇଥିବା ଇଭିଏମ୍‌ ସମ୍ବନ୍ଧୀୟ ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା। ନୂଆପଡ଼ା ଓ କୋମନା ବ୍ଲକ୍‌ର କିଛି ବୁଥ୍‌ରେ ରାତି ୭ଟା ପର୍ୟ୍ୟନ୍ତ ମତଦାନ ଚାଲିଥିଲା। ସେହିପରି ସୁନାବେଡ଼ା ଅଭୟାରଣ୍ୟ ସଂଲଗ୍ନ ମାଓପ୍ରବଣ ୮ଟି ବୁଥ୍‌ରେ ସନ୍ଧ୍ୟା ୪ଟା ପର୍ୟ୍ୟନ୍ତ ମତଦାନ ହୋଇଥିଲା। ପୋଲିଂ ଅଧିକାରୀମାନେ ଇଭିଏମ୍‌ ଧରି ସୁରକ୍ଷିତ ଭାବେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଫେରିଥିଲେ।
ନିର୍ବାଚନ ଅଧିକାରୀଙ୍କ ଉପସ୍ଥିତିରେ ପୋଲିଂ ଦଳମା‌ନେ ଇଭିଏମ୍‌ଗୁଡ଼ିକୁ ନୂଆପଡ଼ା ନ୍ୟାସନାଲ୍‌ କଲେଜରେ ହୋଇଥିବା ଷ୍ଟ୍ରଙ୍ଗ୍‌ରୁମ୍‌ରେ ଦାଖଲ କରିଥିଲେ। ଉପନିର୍ବାଚନବେଳେ କୌଣସି ସ୍ଥାନରେ କୌଣସି ହିଂସା ବା ଗଣ୍ଡଗୋଳ ହୋଇନଥିବା ଜଣାଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍. ଗୋପାଳନ୍ କହିଥିଲେ, ନୂଆପଡ଼ା ଉପନିର୍ବାଚନ ପାଇଁ ମୋଟ ୩୫୮ଟି ମତଦାନ କେନ୍ଦ୍ର କରାଯାଇଥିଲା। ସେଥିମଧ୍ୟରୁ ୪୭ଟି ବୁଥ୍ ସମ୍ବେଦନଶୀଳ ଓ ୮ଟି ଅତି ସମ୍ବେଦନଶୀଳ ବୁଥ୍ ଚିହ୍ନଟ କରାଯାଇଥିଲା। ନୂଆପଡ଼ାବାସୀ ନିଜ ନେତା ବାଛିବା ପାଇଁ ମତଦାନ କରି ସାରିଛନ୍ତି। ର୍ସ୍ବଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ, ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ, କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ସହ ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଏବେ ଇଭିଏମ୍‌ରେ ବନ୍ଦ ରହିଛି। ଆସନ୍ତା ୧୪ ତାରିଖରେ ନୂଆପଡ଼ା ନ୍ୟାସନାଲ୍‌ କଲେଜରେ ଭୋଟ ଗଣତି ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି।
ନୂଆପଡ଼ା, ଖରିଆରରୋଡ୍‌ ଏବଂ କୋମନା ବ୍ଲକକୁ ନେଇ ଗଠିତ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେରେ ଗତକାଲି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିଲା। ଏହି ପ୍ରକ୍ରିୟା ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ଜାରି ରହିଥିଲା। ସମୟ ସରିଗଲା ପରେ ବୁଥ ପରିସର ଭିତରେ ଥିବା ମତଦାତାମାନେ ଭୋଟ୍‌ ଦେଇଥିଲେ। ମତଦାନ ଅବଧି ‌ଶେଷ ହେବା ପୂର୍ବରୁ ଅପରାହ୍‌ଣ ୩ଟା ପର୍ୟ୍ୟନ୍ତ ୬୫.୨୦ ପ୍ରତିଶତ ମତଦାତା ସେମାନଙ୍କର ଭୋଟ୍‌ ଦେଇଥିଲେ। ସମୟ ଯେତିକି ସରିସରି ଯାଉଛି, ମତଦାନ ପ୍ରତିଶତ ବଢ଼ିବଢ଼ି ଚାଲିଥିଲା।
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଥିଲେ ନୂଆପଡ଼ା ନିର୍ବାଚନ ପାଇଁ ମୋଟ ୩୫୮ଟି ମତ ଦାନ କେନ୍ଦ୍ର ରହିଛି। ଏଥି ମଧ୍ୟରୁ ୪୭ଟି ବୁଥ୍ ସମ୍ବେଦନଶୀଳ ଏବଂ ୮ଟି ଅତି ସମ୍ବେଦନଶୀଳ ବୁଥ୍ ଚିହ୍ନଟ ହୋଇଛି। ଅତି ସମ୍ବେଦନଶୀଳ ବୁଥକୁ ପୁଲିଂ ପାର୍ଟିର ସଦସ୍ୟମାନେ ବାୟୁସେନା ପକ୍ଷରୁ ବ୍ୟବସ୍ଥିତ ସ୍ୱତନ୍ତ୍ର ହେଲିକପ୍ଟରରେ ଯାଇଛନ୍ତି। ନୂଆପଡ଼ାରେ ମୋଟ୍ ୨ ଲକ୍ଷ ୫୩ ହଜାର ୬୨୪ ଜଣ ମତଦାତା ନିଜର ନେତା ବାଛିବେ। ସେମାନଙ୍କ ମଧ୍ୟରୁ ପୁରୁଷ ୧ ଲକ୍ଷ ୨୪ ହଜାର ୧୦୮ ଜଣ, ମହିଳା ୧ ଲକ୍ଷ ୨୯ ହଜାର ୪୯୫, ବରିଷ୍ଠ ନାଗରିକ ୧୭୮୬ ଜଣ, ଯୁବ ଭୋଟର ୯୪୨୯ ଏବଂ ଭିନ୍ନକ୍ଷମ ମତଦାତା ୩୯୮୮ ରହିଛନ୍ତି।

  • Related Posts

    ଚୂଡାନ୍ତ ପ୍ରାର୍ଥୀ ତାଲିକା : ୩୪୭ କଲେଜରେ ୬୩୬୨ ପ୍ରାର୍ଥୀ, ୧୩ ବିଶ୍ବବିଦ୍ୟାଳୟରେ ୨୮୭ ପ୍ରାର୍ଥୀ

    ଭୁବନେଶ୍ବର : ଦୀର୍ଘ ୮ବର୍ଷ ପରେ ରାଜ୍ୟରେ ଅନୁଷ୍ଠିତ ହେଉଛି କଲେଜରେ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ମୋଟ ୬୩୬୨ ପ୍ରାର୍ଥୀ। ସେହିପରି ବିଶ୍ବବିଦ୍ୟାଳୟ ସ୍ତରରେ ୨୮୭ ଜଣ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛି। ଉଚ୍ଚଶିକ୍ଷା…

    Continue reading
    ଛାତ୍ର ସଂସଦ ନିର୍ବାଚନ: ବାଣୀବିହାର ମଇଦାନରେ ୨୯ ପ୍ରାର୍ଥୀ

    ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନରେ ଛାତ୍ରଛାତ୍ରୀଙ୍କ ଉତ୍ସାହଠୁ ଅଧିକ ରାଜନେତା, ଛାତ୍ର ସଂଗଠକ ମଧ୍ୟରେ ଦେଖିବାକୁ ମିଳୁଛି । ଉତ୍କଳ ବିଶ୍ୱବିଦ୍ୟାଳୟ ଉପରେ ସମସ୍ତଙ୍କ ନଜର । ଶନିବାର ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ