ନୂଆପଡ଼ା ଭୋଟ: ଦିନ ୧ଟା ସୁଦ୍ଧା ୫୧.୪୨ ପ୍ରତିଶତ ଭୋଟିଂ

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ସୁରୁଖୁରୁରେ ଚାଲି ଭୋଟିଂ । ଦିନ ୧ଟା ସୁଦ୍ଧା ୫୧.୪୨ ପ୍ରତିଶତ ଭୋଟିଂ ହୋଇଛି । ଦିନ ୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ଭୋଟିଂ ହୋଇଥିଲା । ସେହିପରି ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯ ପ୍ରତିଶତ ମତଦାନ ହୋଇଥିଲା । ଏପଟେ ନୂଆପଡ଼ା ଉପନିର୍ବାଚନ ସ୍ଥିତିକୁ କଣ୍ଟ୍ରୋଲ ରୁମରୁ ଅନୁଧ୍ୟାନ କରୁଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆରଏସ୍ ଗୋପାଳନ ଏବଂ ତାଙ୍କ ଟିମ୍ । ପୁରା ଭୋଟିଂ ପ୍ରକ୍ରିୟାକୁ କରୁଛନ୍ତି ମନିଟରିଂ ।

ଅବାଧ ଓ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ କରିବାକୁ ପ୍ରଶାସନ ଓ ପୁଲିସ ତତ୍ପର । ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ କେନ୍ଦ୍ରୀୟ ସୁରକ୍ଷାବଳ, ରାଜ୍ୟ ସଶସ୍ତ୍ର ବାହିନୀ ଓ ପୁଲିସ ଅଧିକାରୀଙ୍କୁ ଗୁରୁଦାୟିତ୍ବ ଦିଆଯାଇଛି। ଆସନ୍ତା ୧୪ରେ ଭୋଟ୍‌ ଗଣତି ଥିବାରୁ ଅଧିକ ପୁଲିସ ଓ ସୁରକ୍ଷାବାହିନୀ ମୁତୟନ କରାଯିବ ବୋଲି ସୂଚନା ମିଳିଛି। ନୂଆପଡ଼ା ନିର୍ବାଚନମଣ୍ଡଳୀ(୭୧)ର ଉପ-ନିର୍ବାଚନ ପାଇଁ ୩୫୮ ବୁଥ ରହିଛି। ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସରକାରୀ ନେସନାଲ ଉଚ୍ଚ ବିଦ୍ୟାଳୟରେ ୨ଟି, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୋଟିଏ, ଖରିଆରରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ସରକାରୀ ଉଚ୍ଚ ବିଦ୍ୟାଳୟ ଖରିଆର ରୋଡରେ ୩ଟି ଏପରି ମୋଟ ୬ଟି ପିଙ୍କ ବୁଥ୍‌ କରାଯାଇଛି ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କେନ୍ଦ୍ର ବିରୋଧରେ ବର୍ଷିଲେ ରାଜା ସ୍ୱାଇଁ, କାହିଁକି ଜାଣନ୍ତୁ

    ଖଣିଜ ସମ୍ପଦ ଉପରେ ଓଡ଼ିଶାର ଅଧିକାର କ୍ଷୁର୍ଣ୍ଣ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର ବୋଲି କହି ବର୍ଷିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ରାଜସ୍ୱ ଆଦାୟ କ୍ଷମତା ଉପରେ କଟକଣା ଲଗାଇବାକୁ କେନ୍ଦ୍ର ସରକାର ଉଦ୍ୟମ କରୁଥିବା ଅଭିଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ