ନୂଆପଡ଼ାର ୯୯ ପ୍ରତିଶତ ଜମି ଜଳସେଚିତ ହେବ: ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାର ୯୯ ପ୍ରତିଶତ ଚାଷଜମି ଜଳସେଚିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ମାରାଗୁଡ଼ା ଲୋକ ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି। ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ, ନୂଆପଡ଼ା ଜିଲ୍ଲାର ୯୯ ପ୍ରତିଶତ ଚାଷଜମିକୁ ଜଳସେଚନ କରିବା ପାଇଁ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏହି ଜିଲ୍ଲାରେ ଯେଉଁଠାରେ ନଦୀ, ନାଳ ରହିଛି ସେଠାରେ ଡ୍ୟାମ୍‌ ନିର୍ମାଣ କରାଯିବ। ତା’ ସହ ଜିଲ୍ଲାରେ ପର୍ୟ୍ୟଟନସ୍ଥଳୀଗୁଡ଼ିକର ବିକାଶ କରାଯିବ। ବର୍ତ୍ତମାନ ଓଡ଼ିଶାରେ ଡବଲ୍‌ ଇଞ୍ଜିନ୍‌ର ସରକାର ଚାଲିଛି। ସେଥିପାଇଁ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ତ୍ତମାନ ବିକାଶ ତ୍ବରାନ୍ବିତ ହୋଇଛି ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୨୧୮.୮୯ କୋଟି ଟଙ୍କା ବ୍ୟୟ ଅଟକଳରେ ୩୭ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ କଳାହାଣ୍ଡି ସାଂସଦ ମାଳବିକା ଦେଓ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ, ବିଶିଷ୍ଟ ଲେଖକ ଦାଶ ବେନହୁର ଓ ଜିଲ୍ଲା ପରିଷଦ ସଭାପତି ଡଲି ମାଝୀ ଅତିଥି ଭାବେ ଯୋଗ ଦେଇଥିଲେ। ତରବୋଡ଼ ଜବାହର ନବୋଦୟ ସ୍କୁଲର ଛାତ୍ରଛାତ୍ରୀଙ୍କ ଦ୍ବାରା ବନ୍ଦେ ଉତ୍କଳ ଜନନୀ ଗାନ ପରେ ସଭାକାର୍ୟ୍ୟ ଆରମ୍ଭ ହୋଇଥିଲା। ସନ୍ଧ୍ୟାରେ ଖଡ଼ିଆଳ ବିରିଘାଟ ଜୟ ମା’ ଠାକୁରାଣୀ ଘୁମରା ଦଳ, ନୂଆପଡ଼ା ଜ୍ଞାନଜ୍ୟୋତି ବିଦ୍ୟାଳୟ, ପାୟଲ ସାଂସ୍କୃତିକ ଅନୁଷ୍ଠାନ, ନୂଆପଡ଼ା ନଟରାଜ ନୃତ୍ୟ ଏକାଡେମୀ, ଖୋର୍ଦ୍ଧା ଜଟଣୀର ଓଡ଼ିଶୀ ନୃତ୍ୟଦଳ, ନୀଳଶୈଳ ନୃତ୍ୟାଞ୍ଜଳି, ଭବାନୀପାଟଣା ନୃତ୍ୟକଳା ଅନୁଷ୍ଠାନ, ଗୋଲାମୁଣ୍ଡା ସମର୍ଥ ଦୃଷ୍ଟହୀନ ସଂଘ ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ କରାଯାଇଥିଲା। କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢ଼ୀ ସଙ୍ଗୀତ ପରିବେଷଣ କରିଥିଲେ।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ