ନୂଆବର୍ଷରୁ ବଢ଼ିବ ଶୀତ

ଭୁବନେଶ୍ୱର: ନୂଆବର୍ଷରୁ ବଢ଼ିବ ଶୀତ । ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ଶୀତ ବଢିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ଦୁଇ ଦିନ ପର୍ୟ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପରେ ୨ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରାଯାଇଛି । ପ୍ରବଳ ଜାଡ ସହ ଘନ କୁହୁଡି କରିବ ଅସ୍ତବ୍ୟସ୍ତ ।
ସେପଟେ ଆସନ୍ତାକାଲି ପର୍ୟ୍ୟନ୍ତ ରାଜ୍ୟରେ ପଶ୍ଚିମା ଝଡର ପ୍ରଭାବ ରହିବ । ୨୪ ଘଂଟା ମଧ୍ୟରେ ନବରଙ୍ଗପୁର, ବଲାଙ୍ଗୀର, ବରଗଡ, ସୋନପୁର, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ନୂଆପଡାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ୩୧ ତାରିଖରୁ ଆଭ୍ୟନ୍ତରୀଣ ଓଡିଶାର କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ସମେତ କିଛି ଜିଲ୍ଲାରେ ତାପମାତ୍ରା କମିବ । ପରେ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ନେଇ ଆକଳନ କରାଯାଇଛି ।
ରାଜ୍ୟରେ ପଶ୍ଚିମାଝଡ଼ ସକ୍ରିୟ ଥିବାବେଳେ ଆସନ୍ତା ୨୪ ଘଂଟା ମଧ୍ୟରେ ଘନ କୁହୁଡି ନେଇ ୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇ ଜିଲ୍ଲାରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ ଦୂରତା । ସେହିଭଳି କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ ଓ ଅନୁଗୁଳରେ ମଧ୍ୟମ ଧରଣର କୁହୁଡି ନେଇ ସତର୍କତା ଜାରି କରାଯାଇଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ