ନେପାଳ ବନ୍ୟା: ପ୍ରଭାବିତ ଓଡ଼ିଆଙ୍କ ପାଇଁ ଖୋଲିଲା ହେଲ୍‌ପ ଡେସ୍କ

ପଡ଼ୋଶୀ ଦେଶ ନେପାଳରେ ଆକସ୍ମିକ ପ୍ରଳୟଙ୍କରୀ ବନ୍ୟାରେ ବ୍ୟାପକ ଜନଜୀବନ କ୍ଷତିଗ୍ରସ୍ତ ହୋଇଛି। ଜଳ ପ୍ରଳୟ ଏତେ ଭୟଙ୍କର ରହିଛି ଯେ, ଶହ ଶହ ଲୋକ ନିଖୋଜ ହୋଇଯାଇଛନ୍ତି। ଏହି ପ୍ରାକୃତିକ ବିପର୍ଯ୍ୟୟ ପରେ ସେଠାରେ ଫସି ରହିଥିବା ଭାରତୀୟଙ୍କ ସୁରକ୍ଷାକୁ ନେଇ ସାଧାରଣରେ ଉଦବେଗ ପ୍ରକାଶ ପାଇଥିବାବେଳେ ଓଡ଼ିଶା ସରକାର ତତ୍ପରତା ଦେଖାଇଛନ୍ତି।ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଓଡ଼ିଆ ଲୋକଙ୍କ ସହାୟତା ତଥା ଯୋଗାଯୋଗ ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ନୂଆଦିଲ୍ଲୀସ୍ଥିତ ମୁଖ୍ୟ ଆବାସିକ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଓଡ଼ିଶା ନିବାସଠାରେ ୨୪ଘଣ୍ଟିଆ କଂଟ୍ରୋଲ ରୁମ୍ କାର୍ଯ୍ୟକ୍ଷମ କରାଯାଇଛି।
ବିପର୍ଯ୍ୟୟରେ ଫସିଥିବା ଓଡ଼ିଆଙ୍କ ପରିବାର ତଥା ସମ୍ପର୍କୀୟମାନେ ମୋବାଇଲ ନମ୍ବର +୯୧-୭୪୨୮୧୩୫୦୪୪, ୮୫୨୭୫୮୦୨୪୫ କିମ୍ବା ଲ୍ୟାଣ୍ଡଲାଇନ ନମ୍ବର ୦୧୧-୨୩୦୧୨୮୦୭ ଜରିଆରେ ସିଧାସଳଖ ଯୋଗାଯୋଗ କରି ସହାୟତା ପାଇପାରିବେ। ଏହାସହିତ ଭାରତ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ନେପାଳ ପାଇଁ ଜାରି ହୋଇଥିବା ହେଲପଲାଇନ୍ ନମ୍ବର +୯୭୭ ୯୮୫୧୩୧୬୮୦୭ ଏବଂ +୯୭୭ ୯୭୦୯୧୦୭୫୦୦ ମାଧ୍ୟମରେ ଯୋଗାଯୋଗ କରିବାକୁ ବି ପରାମର୍ଶ ଦିଆଯାଇଛି।
ଏହି ସମଗ୍ର ପ୍ରକ୍ରିୟା ଓ ସହାୟତା କାର୍ଯ୍ୟକୁ ସୁଚାରୁରୂପେ ପରିବାଳନା କରିବା ପାଇଁ ରାଜ୍ୟ ସରକାର ‘ଓଡ଼ିଶା ପରିବାର’ ନିର୍ଦ୍ଦେଶାଳୟର ଓଏସଡି ପ୍ରୀତିଶ ପଣ୍ଡାଙ୍କୁ ନୋଡାଲ ଅଫିସର ଭାବେ ନିଯୁକ୍ତି ଦେଇଛନ୍ତି। ସୂଚନା ଓ ଜରୁରୀ ସହାୟତା ପାଇଁ ତାଙ୍କ ମୋବାଇଲ ନମ୍ବର +୯୧ ୯୫୮୩୩ ୨୧୯୬୪ ରେ ସିଧାସଳଖ ଯୋଗାଯୋଗ କରାଯାଇପାରିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    MV Ocean Winner ପାରାଦୀପ ଅଣାଯାଉଛି ୨ ଚାଇନିଜ୍ କ୍ରୁ ସଦସ୍ୟ

    ମଝି ସମୁଦ୍ରରେ ଜାହାଜ ସହିତ ଘଟିଲା କଣ? କାହିଁକି ବୁଡ଼ିଗଲା MV Ocean Winner? ଖୋଲିବ ଜାହାଜ ବୁଡ଼ି ଗୁମର। ବଙ୍ଗୋପସାଗରରେ MV Ocean Winner ବୁଡ଼ିବା ଘଟଣାରେ ଆସିଛି ବଡ଼ ଖବର। ଜାହାଜରୁ ଉଦ୍ଧାର ହୋଇଥିବା ୨ ଚାଇନିଜ୍ କ୍ରୁ…

    Continue reading
    cm mohan majhi ଆଜି ଗୋପାଳପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

    ବ୍ରହ୍ମପୁର:ଗୁରୁବାର ଗୋପାଳପୁର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ଗୋପାଳପୁର ଗସ୍ତକୁ ସଫଳ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ନିମନ୍ତେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାକୁ ନେଇ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ